ଓଡିଶା

odisha

ETV Bharat / state

ରବିବାରଠୁ ଆରମ୍ଭ କାର୍ତ୍ତିକ ମାସ , ହବିଷ୍ୟାଳି ଶିବିର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ରବିବାର ଠାରୁ ଆରମ୍ଭ ହେବ କାର୍ତ୍ତିକ ମାସ। ପୁରୀରେ ଜମିବ ହବିଷ୍ୟାଳିଙ୍କ ଭିଡ଼ । ୩ ହଜାର ହବିଷ୍ୟାଳି କରିଛନ୍ତି ପଞ୍ଜିକରଣ । ଅଧିକ ପଢ଼ନ୍ତୁ

By ETV Bharat Odisha Team

Published : Oct 27, 2023, 7:47 AM IST

Habisyali Camps
Habisyali Camps

ହବିଷ୍ୟାଳି ଶିବିର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ରବିବାରଠାରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ । ସେହି ଦିନଠାରୁ ପୁରୀରେ ଏକ ମାସ ଧରି ଚାଲିବ ହବିଷ୍ୟାଳୀ ବ୍ରତ । ଚଳିତ ବର୍ଷ ହବିଷ୍ୟାଳି ଶିବିରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ଶ୍ରଦ୍ଧାଳୁ । ଅନଲାଇନ ମାଧ୍ୟମରେ ପଞ୍ଜିକରଣ କରିଥିବା ୩୦୨୪ ଜଣ ହବିଷ୍ୟାଳି ମାଆମାନଙ୍କୁ ୫ ଗୋଟି ରହଣି କେନ୍ଦ୍ରରେ ରଖାଯିବ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ଏହି 5ଟି କେନ୍ଦ୍ରକୁ ରବିବାର ଦିନ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଗୁରୁବାରେ ଟାଉନ ହଲ୍‌ ଠାରେ ହବିଷ୍ୟାଳି ବ୍ରତ କାର୍ଯ୍ୟରେ ନିୟୋଜିତ ଅଧିକାରୀ, କର୍ମଚାରୀ ଓ ସ୍ବେଚ୍ଛାସେବୀମାନଙ୍କୁ ନେଇ ସେମାନଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ହବିଷ୍ୟାଳି ମାନଙ୍କର ସେବାକୁ ନିଷ୍ଠା ଓ ଧର୍ମର କାର୍ଯ୍ୟ ବୋଲି ବିବେଚନା କରି ପ୍ରତ୍ୟେକ ଦାୟିତ୍ୱ ନିର୍ବାହ ପାଇଁ ଆହ୍ୱାନ ଦେଇଥିଲେ । ହବିଷ୍ୟାଳି କାର୍ଯ୍ୟରେ କୌଣସି ଅବହେଳାକୁ ବରଦାସ୍ତ କରାଯିବ ନାହିଁ ଓ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସତର୍କ କରାଇ ଦେବା ସହ ଭଲ କାମ ପାଇଁ ପ୍ରୋତ୍ସାହିତ କରାଯିବ ବୋଲି କହିଥିଲେ ।

ଏହା ମଧ୍ୟ ପଢନ୍ତୁ-ହବିଷ୍ୟାଳୀଙ୍କୁ ସୁବିଧା ଯୋଗାଇବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ

ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ କରି ବୃନ୍ଦାବତୀ ନିବାସ, ଅକ୍ଷୟ ପାତ୍ର, ବଗଲା ଧର୍ମଶାଳା, ବାଗେଡିଆ ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପଠାରେ ହବିଷ୍ୟାଳୀ ମାଆମାନଙ୍କର ରହଣିର ବ୍ୟବସ୍ଥା ହୋଇଥିବା ମତ ରଖିଥିଲେ । ହବିଷ୍ୟାଳି ଯୋଜନା ଆଧାରରେ ବୟସ୍କା ମାଆମାନେ ଏହି ବ୍ରତରେ ସାମିଲ ହେଉଛନ୍ତି । ତେଣୁ ପ୍ରଶାସନ ସମସ୍ତ ସୁବିଧା ସେମାନଙ୍କୁ ଯୋଗାଇବାକୁ ବ୍ୟବସ୍ଥା କରିଛି । ସେମାନଙ୍କର ସୁରକ୍ଷିତ ରହଣି, ସୁରକ୍ଷା, ମନ୍ଦିର ଦର୍ଶନ, ମହାପ୍ରସାଦ ସେବନ, ପ୍ରବଚନ, ଭଜନ, ପାଲା ଇତ୍ୟାଦି ବ୍ୟବସ୍ଥା, ଚିକିତ୍ସା, ପରିମଳ, ପାନୀୟ ଜଳ, ନରେନ୍ଦ୍ର ପଖୋରୀରେ ସ୍ନାନ ବ୍ୟବସ୍ଥା, ସ୍ୱେଚ୍ଛାସେବୀ ସହଯୋଗ ଇତ୍ୟାଦି ବ୍ୟବସ୍ଥା କରାଯାଇଛି । ଏଥିପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀ ଓ କର୍ମଚାରୀଙ୍କୁ ଦାୟିତ୍ୱ ଦିଆଯାଇଛି । ଏହାକୁ ସୁନିୟନ୍ତ୍ରିତ କରିବାକୁ ନୋଡାଲ ଅଧିକାରୀ, ବରିଷ୍ଠ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି ।

ମାଆମାନଙ୍କୁ ଠାକୁର ଦର୍ଶନ ସମୟରେ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଆରକ୍ଷୀ ବିଭାଗ ଓ ସ୍ବେଚ୍ଛାସେବୀମାନେ ସମନ୍ୱୟ ରଖି କାର୍ଯ୍ୟ କରିବେ । ଏହି କାର୍ଯ୍ୟ ଏକ ବ୍ୟାପକ ଓ ଏକ ମାସ ଧରି କରିବାର ଆବଶ୍ୟକତା ଥିବାରୁ ବିଭାଗର କର୍ମଚାରୀ ଓ ସ୍ବେଚ୍ଛାସେବୀମାନଙ୍କୁ ମଧ୍ୟ ଦାୟିତ୍ୱ ଦିଆଯାଇ ଉପଯୁକ୍ତ ପ୍ରଶିକ୍ଷଣ ଦିଆଯାଉଛି । ତେଣୁ ଏହି କାର୍ଯ୍ୟକୁ ପାରସ୍ପରିକ ସମନ୍ବୟ ରଖି କାର୍ଯ୍ୟ କରିବାକୁ ଜିଲ୍ଲାପାଳ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଅତିରିକ୍ତ ଏସ ପି ଦେବବ୍ରତ କର ଉପଜିଲ୍ଲାପାଳ ଭବତାରଣ ସାହୁ, ସିଡିଏମ୍‌ଓ ଡା. ସୁଜାତା ମିଶ୍ର, ଅତିରିକ୍ତ ପୌର ନିର୍ବାହୀ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ଇଟିଭି ଭାରତ,ପୁରୀ

ABOUT THE AUTHOR

...view details