ଓଡିଶା

odisha

ETV Bharat / state

ପୌଷ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ - pousa purnima

ଆଜି ହେଉଛି ପୌଷ ପୂର୍ଣ୍ଣିମା। ଆଜି ବିଭିନ୍ନ ପ୍ରକାର ସ୍ଵର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ରାଜରାଜେଶ୍ବର ବେଶରେ ଭକ୍ତଗଣଙ୍କୁ ଦର୍ଶନ ଦେବେ । ଅଧିକ ପଢନ୍ତୁ...

ପୌଷ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ
ପୌଷ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ

By

Published : Jan 28, 2021, 10:31 AM IST

ପୁରୀ: ଆଜି ହେଉଛି ପୌଷ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୁଷ୍ୟାଭିଷେକ ନୀତି ସମ୍ପାଦନ ହୋଇଥାଏ । ରତ୍ନ ସିଂହାସନରେ ଶ୍ରୀଜୀଉମାନେ ରାଜରାଜେଶ୍ବର ବେଶ ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ଗତକାଲିଠୁ ଅଧିବାସ ଗୃହରେ ଅଧିବାସ ହୋଇ ରହିଥିବା ଘିଅ ମିଶ୍ରିତ ୧୦୮ ଗରା ଜଳରେ ଚନ୍ଦନ ଲାଗି ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଅଭିଷେକ କରାଯିବ।

ପରେ ପ୍ରଭୁଙ୍କଠାରୁ ଆଜ୍ଞାମାଳ ପାଇ ଶ୍ରୀଦେବୀ ପାଲିଙ୍କିରେ ମା ଲକ୍ଷ୍ମୀଙ୍କ ମନ୍ଦିର ଜଗମୋହନକୁ ବିଜେ କରିବେ । ସେଠାରେ ମାଜଣା ଓ ବନକ ଲାଗି ଆଦି ନୀତି ପରେ ଶ୍ରୀଦେବୀଙ୍କୁ ବେଶ କରାଯିବ । ପରେ ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। କିରିଟ, ଶ୍ରୀପୟର, ଶ୍ରୀଭୁଜ, ହରିଡ଼ାମାଳ, ବାହାଡା ମାଳ, ଆଦି ବିବିଧ ପ୍ରକାର ସ୍ଵର୍ଣ୍ଣ ଅଳଙ୍କାରରେ ମହାପ୍ରଭୁ ରାଜରାଜେଶ୍ବର ବେଶରେ ଭକ୍ତଗଣଙ୍କୁ ଦର୍ଶନ ଦେବେ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details