ଓଡିଶା

odisha

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

By

Published : May 15, 2021, 7:29 AM IST

ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଭର୍ଚୁଆଲ ମୋଡରେ ଅନୁଷ୍ଠିତ । ଅଧିକ ପଢନ୍ତୁ...

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ
ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ

ପୁରୀ: ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିରମୟି ଦଳେଇ, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ପୁରୀ ସଦର ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ବ୍ରହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ପ୍ରମୁଖ ଯୋଗଦେଇ ଆସନ୍ତା ବର୍ଷା ଋତୁରେ ସାମ୍ଭାବ୍ୟ ବନ୍ୟା ଓ ବାତ୍ୟାକୁ ମୁକାବିଲା କରିବା ସଂପର୍କରେ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ ।

ପାଣିପାଗ ସମ୍ପର୍କିତ ସତର୍କ ସୂଚନା ପ୍ରଦାନ, ଜିଲ୍ଲା ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ, ବନ୍ୟାରେ କ୍ଷତିଗ୍ରସ୍ତ ଆଶଙ୍କା ଥିବା ଅଞ୍ଚଳ ଚିହ୍ନଟ ଓ ମୁକାବିଲା ନିମନ୍ତେ ଅତ୍ୟାବଶ୍ୟକୀୟ ସରଞ୍ଜାମ ପ୍ରସ୍ତୁତ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ସେହିଭଳି ବନ୍ୟାଜଳ ନିଷ୍କାସନ, ମୋଟର ଡଙ୍ଗା, ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ, ଶୁଖିଲା ଖାଦ୍ୟ, ସ୍ବାସ୍ଥ୍ୟସେବା ଓ ଔଷଧ, ପାନୀୟ ଜଳ, ପଶୁଖାଦ୍ୟ ମହଜୁଦ ବିଷୟରେ ମଧ୍ୟ ବିଶେଷ ଭାବେ ଆଲୋଚନା ହୋଇଛି । ଫସଲ କ୍ଷୟକ୍ଷତି ନହେବା ନିମନ୍ତେ ଦୃଷ୍ଟି ଦେବା ସହ ଆବଶ୍ୟକ ସ୍ଥଳେ ଓଡ୍ରାଫ ଓ ଆପଦମିତ୍ର ଭଳି ସ୍ବେଚ୍ଛାସେବୀ ମାନଙ୍କୁ ସଜାଗ ରଖିବା ପାଇଁ ପଦକ୍ଷେପ ନେବା ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଛି ।

ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ବିନୟ କୁମାର ଦାଶ, ସୁଭାଷ ଚନ୍ଦ୍ର ନାଥଶର୍ମା, ଉପ ଜିଲ୍ଲାପାଳ ଭବତାରଣ ସାହୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଜିତେନ୍ଦ୍ର କୁମାର ପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।

ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

...view details