ଓଡିଶା

odisha

ETV Bharat / state

ଡିସେମ୍ବର 1ରୁ କୋଣାର୍କରେ ଜମିବ ଇକୋ ରିଟ୍ରିଟ୍‌ - ଇକୋ ରିଟ୍ରିଟର ସୁପରିଚାଳନା ବୈଠକ

ଆସନ୍ତା ଡିସେମ୍ବର 1ରୁ କୋଣାର୍କରେ ଆରମ୍ଭ ହେବାକୁ ଥିବା ଇକୋ ରିଟ୍ରିଟର ସୁପରିଚାଳନା ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ବୈଠକ । ଅଧିକ ପଢ଼ନ୍ତୁ

konark eco retreat starts from december 1st
ଡିସେମ୍ବର 1ରୁ କୋଣାର୍କ ଇକୋ ରିଟ୍ରିଟ, ଜିଲ୍ଲାପାଳଙ୍କ ପ୍ରସ୍ତୁତି ବୈଠକ

By

Published : Oct 28, 2022, 8:57 AM IST

ପୁରୀ: ଡିସେମ୍ବର ୧ରୁ କୋଣାର୍କରେ ଆରମ୍ଭ ହେବ ଇକୋ ରିଟ୍ରିଟ । ପୁରୀ ସ୍ଥିତ କୋଣାର୍କଠାରେ ଇକୋ ରିଟ୍ରିଟର ଚତୁର୍ଥ ସଂସ୍କରଣ ଚଳିତ ବର୍ଷ ଡିସେମ୍ବର ୧ ତାରିଖରୁ ଆରମ୍ଭ ହେବ ବୋଲି ସ୍ଥିର କରାଯାଇଛି । ଏ ସମ୍ପର୍କରେ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ପୂର୍ବ ବର୍ଷର ଅଭିଜ୍ଞତା ଓ ଅନୁଭବକୁ ଆଧାର କରି ଚଳିତ ବର୍ଷର ଇକୋ ରିଟ୍ରିଟକୁ ଅଧିକ ଆକର୍ଷଣୀୟ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

ଡିସେମ୍ବର 1ରୁ କୋଣାର୍କ ଇକୋ ରିଟ୍ରିଟ

ଯେଉଁ ବିଭାଗର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ସମୟ ପୂର୍ବରୁ ସାରିବାକୁ ଜିଲ୍ଲାପାଳ ସମର୍ଥ ବର୍ମା ପରାମର୍ଶ ଦେଇଥିଲେ । ପ୍ରତ୍ୟେକ ବିଭାଗ ସଭିଙ୍କ ସହ ସମନ୍ବୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ସହଯୋଗ କରିବାକୁ କହିଥିଲେ । ପର୍ଯ୍ୟଟନ ବିଭାଗ ଜିଲ୍ଲା ପ୍ରଶାସନ ଓ ଇ ଫାକ୍ଟର ଏଜେନ୍ସିର ମିଳିତ ସହଯୋଗରେ ଇକୋ ରିଟ୍ରିଟ ଡିସେମ୍ବର ୧ରୁ ୨୦୨୩ ମାର୍ଚ୍ଚ ୧୫ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାର ବ୍ୟବସ୍ଥା କରାଯାଇଛି । ଏହି ପରିପ୍ରେକ୍ଷୀରେ ୭୦ ଗୋଟି ଲକଜରି ଟେଣ୍ଟ କରାଯିବ । ଯେଉଁଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ । ଇକୋ ରିଟ୍ରିଟ ସମୟରେ ଜଳକ୍ରୀଡା,ବିଚ ସ୍ପୋର୍ଟସ, ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବିଚ୍ଛିନ୍ନ ବିଦ୍ୟୁତ୍‌, ପାଣି, ମୋବାଇଲ ନେଟୱାର୍କ ସହ ସ୍ୱାସ୍ଥ୍ୟ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା, ୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା କରାଯିବ।

ଏହା ମଧ୍ୟ ପଢ଼ନ୍ତୁ:ସୂର୍ଯ୍ୟପରାଗରେ ଚିକେନ ବିରିୟାନୀ ପ୍ରସଙ୍ଗ, ଉଦବେଗ ପ୍ରକାଶ କଲେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ

ପର୍ଯ୍ୟଟକମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ ବୋଲି ସ୍ଥିର ହୋଇଛି । ସମସ୍ତ କାର୍ଯ୍ୟକୁ ସୁନ୍ଦର ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଆସୁଥିବା ପର୍ଯ୍ୟଟକମାନେ ଯେପରି ଏକ ସୁଖଦ ଅନୁଭବ ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିଜ ନିର୍ବାହୀ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ ବିଭାଗ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଇକୋ ରିଟ୍ରିଟର ଆୟୋଜନ କରୁଥିବା ଇ-ଫାକ୍ଟରର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details