ଓଡିଶା

odisha

By

Published : Nov 7, 2022, 8:51 AM IST

ETV Bharat / state

ପଞ୍ଚୁକର ଚତୁର୍ଥ ଦିନ: ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

କାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥିରୋ ମହାପ୍ରଭୁଙ୍କର ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ସୁସଜ୍ଜିତ କରାଯାଇଥାଏ (Lakshminrusimha besha of lord Jagannath) । ମହାପ୍ରଭୁଙ୍କ ଏହି ବେଶ ଦେଖିବା ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଜମିଥାଏ । ଅଧିକ ପଢନ୍ତୁ

ଲକ୍ଷ୍ମୀନୃସିଂହ ବେଶ
ଲକ୍ଷ୍ମୀନୃସିଂହ ବେଶ

ପୁରୀ: ଆଜି ପଞ୍ଚୁକର ଚତୁର୍ଥ ଦିବସ । ମହାକାର୍ତ୍ତିକମାସର ଶୁକ୍ଳପକ୍ଷ ବୈକୁଣ୍ଠ ଚତୁର୍ଦ୍ଦଶୀ ତିଥି । ଏହି ଅବସରରେ ଆଜି ବିଗ୍ରହମାନଙ୍କୁ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶରେ ସୁସଜ୍ଜିତ କରାଯାଇଥାଏ (Lakshminrusimha besha of lord Jagannath)। ଶ୍ରୀଜୀଉମାନଙ୍କର ଅବକାଶ ନୀତି ସମ୍ପର୍ଣ୍ଣ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ । ବିବିଧ ପ୍ରକାରର ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଜିଉ ବିଭୂଷିତ ହୋଇ ରତ୍ନସିଂହାସନରେ ବିରାଜମାନ କରି ଭକ୍ତ ଗଣଙ୍କୁ ଦର୍ଶନ ଦେବେ ।

ପଞ୍ଚୁକର ଚତୁର୍ଥ ଦିନ: ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ସୋଲ ଓ ଜରିରେ ଡାଳି କରାଯାଇ ସେଥିରେ ପର୍ଯ୍ୟାପ୍ତ ସଂଖ୍ୟକ ରଙ୍ଗବେରଙ୍ଗର ଫୁଲ ସବୁକୁ ଶ୍ରୀମସ୍ତକରେ ଲଗାଯାଏ । ଏହି ଡାଳ ମଝି ମଝିରେ ଠିଆପାଖୁଡ଼ା ଆକୃତିର ସ୍ୱର୍ଣ୍ଣକିଆ ଖଞ୍ଜାଯାଇଥାଏ । ତେଣୁ ଏହାକୁ ଡାଳିକିଆ ବେଶ କୁହାଯାଏ । ତେବେ ସକାଳଧୁପ ନୀତି ସମ୍ପର୍ଣ ପର୍ଯ୍ୟନ୍ତ ଏହି ବେଶ ରହିଥାଏ । ଏହି ବେଶ ଦର୍ଶନ ପାଈଁ ଶ୍ରୀମନ୍ଦିରରେ ଆଜି ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ ଦେଖିବାକୁ ମିଳିଛି ।

ଏହା ମଧ୍ୟ ପଢନ୍ତୁ: ଆଜି ବାରାଣାସୀରେ ଦେବ ଦୀପାବଳି ଉତ୍ସବ

ପବିତ୍ର କାର୍ତ୍ତିକ ମାସର ଶେଷ ପାଞ୍ଚ ଦିନକୁ ପଞ୍ଚୁକ କୁହାଯାଏ । ପଞ୍ଚୁକର ପାଞ୍ଚ ଦିନ ଭିନ୍ନ ଭିନ୍ନ ବେଶରେ ସଜେଇ ହୋଇଥାନ୍ତି ମହାପ୍ରଭୁ । ତେବେ ପବିତ୍ର ପଞ୍ଚୁକ ଅବସରରେ ଅତି ନିଷ୍ଠାର ସହ ଯେଉଁମାନେ ଏହି ବ୍ରତ ପାଳନ କରିଥାନ୍ତି ସେମାନଙ୍କୁ କୋଟି ଜନ୍ମର ପୂଣ୍ୟଫଳ ମିଳିଥାଏ ବୋଲି ବିଶ୍ଵାସ ରହିଛି ।

ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ଲକ୍ଷ୍ମୀନାରାୟଣ ବେଶରେ ଦର୍ଶନ ଦେଇଥିଲେ । ଦାରୁଦିଅଁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିରରେ ପ୍ରବଳ ଭିଡ ହୋଇଥିଲା । ପଞ୍ଚୁକର ଦ୍ବିତୀୟ ଦିନ ବା କାର୍ତ୍ତିକ ମାସ ଶୁକ୍ଳପକ୍ଷ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଅତ୍ୟନ୍ତ ଚିତ୍ତାକର୍ଷକ ବାଙ୍କଚୂଡ଼ ବେଶ ଅନୁଷ୍ଠିତ ହୋଇଥିଲା । ସୋମବାର ଲକ୍ଷ୍ମୀନୃସିଂହ ବେଶ ସହ ମଙ୍ଗଳବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜାଧିରାଜ ବେଶ ବା ସୁନାବେଶ ଅନୁଷ୍ଠିତ ହେବ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details