ପୁରୀ:ଓଁ ନମୋ ଭଗବତେ ବାସୁଦେବାୟ । ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ଭାବ ବିନୋଦିଆ ସେ କାଳିଆ ଠାକୁର । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ମଙ୍ଗଳ ଆଳତୀ କରାଯାଏ । ସବୁଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି ।
କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂଣ୍ୟପ୍ରାପ୍ତି ହୋଇଥାଏ । ସକାଳୁ ସକାଳୁ ନୀଳାଚଳିଆ କାଳିଆ ସାଆନ୍ତେଙ୍କ ଆଳତୀ ଦର୍ଶନ କଲେ ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ଏହି ଆଳତି ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର ଅଟେ । ପ୍ରତିଟି ଭକ୍ତ ଆଳତୀ ନେବା ପାଇଁ ସକାଳୁ ସକାଳୁ ଶ୍ରୀମନ୍ଦିରରେ ଭିଡ ଜମାଇଥାନ୍ତି । ଚକା ଆଖିର ଆଳତୀ ଦେଖିଲେ ପାପରୁ ମୁକ୍ତି ମିଳେ ବୋଲି ବିଶ୍ବାସ ରହିଛି ।
ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅଖିଳ ବ୍ରହ୍ମାଣ୍ଡ ନାଥ, ତାଙ୍କର ଅନେକ ନାମ । କିଏ କାଳିଆ ସାନ୍ତେତ ଆଉ କିଏ ନଟଖଟିଆ, ମହାବାହୁ ପୁଣି କିଏ ବଡ ଠାକୁର ନାମରେ ତାକୁ ଡାକନ୍ତି । ତାର ଚକା ଆଖିକୁ ଦେଖିଲେ ଭାବ ବିହ୍ବଳ ହୋଇ ପଡନ୍ତି ଭକ୍ତ । ସମସ୍ତ ପାପ-ତାପ ନାଶନ ଏହି ବଡ ଦେଉଳରେ ଅବସ୍ଥାପିତ ବଡଠାକୁର ।