ଓଡିଶା

odisha

ETV Bharat / state

ଆଜି ମହାପ୍ରଭୁଙ୍କ ନବାଙ୍କ ବେଶ, ପୁଷ୍ପ ଅଳଙ୍କାରରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି - ନବାଙ୍କ ବେଶ

Nabanka Besha Of Lord Jagannath: ଆସନ୍ତାକାଲି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମକର ସଂକ୍ରାନ୍ତିର ସ୍ବତନ୍ତ୍ର ନୀତିକାନ୍ତି । ଏହାର ପୂର୍ବଦିନ ଅର୍ଥାତ ଆଜି ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଅଧିକ ପଢନ୍ତୁ

Nabanka Besha of Lord Jagannat
ଆଜି କାଳିଆ ଠାକୁରଙ୍କ ନବାଙ୍କ ବେଶ

By ETV Bharat Odisha Team

Published : Jan 14, 2024, 10:53 AM IST

ପୁରୀ:ଶ୍ରୀମନ୍ଦିରରେ ବର୍ଷକ ବାର ମାସରେ ତେର ପର୍ବ ପାଳନ କରାଯାଏ । ବର୍ଷ ତମାମ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ନାନାଦି ବେଶ କରାଯାଉଥିବା ବେଳେ ଆଜି (ରବିବାର) ମହାପ୍ରଭୁଙ୍କ ନବାଙ୍କ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହେବ । ଆସନ୍ତାକାଲି ପବିତ୍ର ମକର ସଂକ୍ରାନ୍ତି ଉପଲକ୍ଷେ ମହାପ୍ରଭୁଙ୍କ ନବାଙ୍କ ବେଶ କରାଯାଇଥାଏ । ଆଜି ସନ୍ଧ୍ୟା ଆଳତୀ ବେଶରେ ମାଳଚୂଳ ଖୁଣ୍ଟିଆ ଓ ପୁଷ୍ପାଳକ ସେବକଙ୍କ ସହାୟତାରେ ଠାକୁରମାନଙ୍କୁ ଚାଉଳ ମେଳାଣ ଓ ଫୁଲ ମେଳାଣ ଲାଗି କରାଯିବ ।

ଆଜି ମହାପ୍ରଭୁଙ୍କ ବଡ଼ସିଂହାର ବେଶରେ ସୋଲ ଓ ଜରି, କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୂଷଳ, କୁଣ୍ଡଳ ଇତ୍ୟାଦି ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୂଷଳ ଇତ୍ୟାଦି ଧାରଣ କରିଥାନ୍ତି । ଏହି ବେଶ ନବାଙ୍କ ବେଶ ରୂପେ ପରିଚିତ । ଏହି ବେଶର ପ୍ରବର୍ତ୍ତକ ହେଉଛନ୍ତି ଶ୍ରୀଚୈତନ୍ୟ ଦେବ । ପୂର୍ବେ ନବାଙ୍କ ବେଶର ସାମଗ୍ରୀ ଦକ୍ଷିଣ ପାର୍ଶ୍ୱ ମଠ ଯୋଗାଇ ଆସୁଥିଲେ । ଗତ କିଛି ବର୍ଷ ଧରି ସଂପୃକ୍ତ ମଠ ବେଶ ସାମଗ୍ରୀ ଯୋଗାଉ ନଥିବା ଜଣାଯାଏ । ସମ୍ପ୍ରତ୍ତି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ବେଶର ସମସ୍ତ ଖର୍ଚ୍ଚ ନିର୍ବାହ କରାଯାଉଛି ।

ନବାଙ୍କ ବେଶରେ ମହାପ୍ରଭୁଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏଁ ଗେଣ୍ଡୁଫୁଲ ମାଳରେ ସୁସଜ୍ଜିତ କରାଯାଏ । ବଡ଼ସିଂହାର ବେଶରେ ମହାପ୍ରଭୁଙ୍କୁ ଅଳଙ୍କୃତ କରୁଥିବା ଚିତା, ଗୁଣା, କରପଲ୍ଲବ, ଅଧରମାଳା ଓ ଶ୍ରୀପୟର ମାଳା ମଧ୍ୟ ପ୍ରଧାନତଃ ଗେଣ୍ଡୁ ଫୁଲରେ ନିର୍ମିତ ହୋଇଥାଏ । ହୃଦ ପଦକରେ ଗେଣ୍ଡୁ ଫୁଲ ସହିତ ଗୋଲାପ ଫୁଲର ସମ୍ମିଶ୍ରଣ ଘଟିଥାଏ । ସାଧାରଣ ଦିନମାନଙ୍କରେ ଚାରି ପାଞ୍ଚଟି ମାଳ ଲାଗୁଥିବା ବେଳେ ନବାଙ୍କ ବେଶ ଦିନ ଦଶରୁ ପନ୍ଦରଟି ମାଳ ଲାଗିହୁଏ । ଏହି ଦିନ ଲାଗୁଥିବା ଶିର ଭୂଷଣ ଓ ଟୋପରଗୁଡିକ ତୁଳସୀ ପତ୍ର ଦ୍ୱାରା ପ୍ରସ୍ତୁତ ହୋଇଥାଏ ଏବଂ ସେହି ଟୋପର ଉପରେ ଗେଣ୍ଡୁଫୁଲର ମାଳା ଗୁଡା ଯାଇଥାଏ । ମହାପ୍ରଭୁଙ୍କ ନବାଙ୍କ ବେଶର ଦର୍ଶନ କରିବା ପାଇଁ ଶ୍ରୀମନ୍ଦରରେ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥାଏ ।

ଏହା ମଧ୍ୟ ପଢନ୍ତୁ- ପରିକ୍ରମା ପ୍ରକଳ୍ପ ଉତ୍ସବରେ ଭକ୍ତ ପାଇବେ ନୂଆ ଅନୁଭୂତି, ପ୍ରଦର୍ଶିତ ହେବ ମହାପ୍ରଭୁଙ୍କ ୨୪ ବେଶ

ମକର ସଂକ୍ରାନ୍ତି ପୂର୍ବ ଦିନ ଅନୁଷ୍ଠିତ ହେଉଥିବା ଏହି ବେଶରେ ବହୁଳ ଭାବରେ ଗେଣ୍ଡୁଫୁଲ ବ୍ୟବହାର ହେଉଥିବା କାରଣ ହେଉଛି ଏହି ସମୟରେ ଅଧିକ ଗେଣ୍ଡୁଫୁଲ ମିଳେ । ନବାଙ୍କ ବେଶ ସହିତ ନବାଙ୍କ ବେଢାର ମଧ୍ୟ ତାତ୍ପର୍ଯ୍ୟ ରହିଛି । ଏହି ଦିନ ବଡ଼ସିଂହାର ଭୋଗ ପରେ ମଦନମୋହନ ଦକ୍ଷିଣ ଘରୁ ବିଜେ କରି ରତ୍ନ ସିଂହାସନକୁ ଆସନ୍ତି । ସେଠାରୁ ଆଜ୍ଞାମାଳ ପାଇ ରତ୍ନ ସିଂହାସନକୁ ସାଢେ ଚାରିଥର ପ୍ରଦକ୍ଷଣ କରି ବଟମୂଳେ ଥିବା ପାଲିଙ୍କିରେ ବିଜେ କରି ଦେଉଳ ଚାରିପାଖକୁ ସାଢେ ଚାରିଥର ପ୍ରଦକ୍ଷିଣ କରନ୍ତି ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details