ଓଡିଶା

odisha

ETV Bharat / state

Neta Pila Rituals:ଶ୍ରୀମନ୍ଦିର ସେବାୟତ କୂଳର ନିଆରା ପରମ୍ପରା, ଭଲ ବର ପାଇଁ ବଳି ପୂଜା କରନ୍ତି କୁଆଁରୀ କନ୍ୟା - ଭଲ ବର ପାଇଁ ନେତ ପିଲା ପୂଜା

ଶ୍ରୀମନ୍ଦିରର ସେବାୟତ ସମ୍ପ୍ରଦାୟରେ ନେତପିଲା ଏକ ସ୍ବତନ୍ତ୍ର ପର୍ବ ଭାବେ ପାଳନ କରାଯାଏ । ଶହ ଶହ ବର୍ଷ ପୂର୍ବରୁ ପାଳିତ ହୋଇ ଆସୁଥିବା ଏହି ପର୍ବ ଏବେ ମଧ୍ୟ ସେବାୟତ ପରିବାର ଗୁଡ଼ିକରେ ପରମ୍ପରା ମୁତାବକ ଚାଲି ଆସୁଛି । ଉତ୍ତମ ବର ପ୍ରାପ୍ତି ପାଇଁ ଏହି ସେବାୟତ କୁଳର କିଶୋରୀ କନ୍ୟାମାନଙ୍କୁ ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ପରିବାର ଲୋକେ ବେଶ ସୁନ୍ଦର ଭାବେ ଆଭୂଷଣ କରିଥାନ୍ତି । ଅଧିକ ପଢନ୍ତୁ

Neta Pila Rituals:ଶ୍ରୀମନ୍ଦିର ସେବାୟତ କୂଳର ନିଆରା ପରମ୍ପରା, ଭଲ ବର ପାଇଁ ବଳି ପୂଜା କରନ୍ତି କୁଆଁରୀ କନ୍ୟା
Neta Pila Rituals:ଶ୍ରୀମନ୍ଦିର ସେବାୟତ କୂଳର ନିଆରା ପରମ୍ପରା, ଭଲ ବର ପାଇଁ ବଳି ପୂଜା କରନ୍ତି କୁଆଁରୀ କନ୍ୟା

By ETV Bharat Odisha Team

Published : Oct 19, 2023, 6:31 PM IST

Neta Pila Rituals:ଶ୍ରୀମନ୍ଦିର ସେବାୟତ କୂଳର ନିଆରା ପରମ୍ପରା, ଭଲ ବର ପାଇଁ ବଳି ପୂଜା କରନ୍ତି କୁଆଁରୀ କନ୍ୟା

ପୁରୀ: ଶ୍ରୀମନ୍ଦିର ସେବାୟତ ପରିବାରର ନିଆରା ପରମ୍ପରା । ଭଲ ବର ଓ ପରିବାରର ମଙ୍ଗଳ ପାଇଁ ବଳି ପୂଜା କରନ୍ତି କୁମାରୀ ଝିଅ । ନେତପିଲା ପୁରୀ ଶ୍ରୀମନ୍ଦିରର ସେବାୟତ ସମ୍ପ୍ରଦାୟର ଏକ ବିଶେଷ ପର୍ବ । ଶାରଦୀୟ ପୂଜା ଅବସରରେ ସେବାୟତ କୂଳର କୁମାରୀ କନ୍ୟା ମାନେ ପାରମ୍ପରିକ ବେଶ ଓ ଅଳଙ୍କାରରେ ଭୂଷିତ ହୋଇ ପୂଜାର୍ଚ୍ଚନା କରିଥାନ୍ତି । ଉତ୍ତମ ବର ପ୍ରାପ୍ତି ପାଇଁ ହରପାର୍ବତୀଙ୍କ ବ୍ରତ ପାଳନ ସହିତ ନିଜ ସମ୍ପର୍କୀୟ ଓ ବନ୍ଧୁବାନ୍ଧବଙ୍କ ଘରକୁ ବୁଲିଯିବାର ବିଧି ରହିଛି ।

ଶ୍ରୀମନ୍ଦିରର ସେବାୟତ ସମ୍ପ୍ରଦାୟରେ ନେତପିଲା ଏକ ସ୍ବତନ୍ତ୍ର ପର୍ବ ଭାବେ ପାଳନ କରାଯାଏ । ଶହ ଶହ ବର୍ଷ ପୂର୍ବରୁ ପାଳିତ ହୋଇ ଆସୁଥିବା ଏହି ପର୍ବ ଏବେ ମଧ୍ୟ ସେବାୟତ ପରିବାର ଗୁଡ଼ିକରେ ପରମ୍ପରା ମୁତାବକ ଚାଲି ଆସୁଛି । ଉତ୍ତମ ବର ପ୍ରାପ୍ତି ପାଇଁ ଏହି ସେବାୟତ କୁଳର କିଶୋରୀ କନ୍ୟାମାନଙ୍କୁ ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ପରିବାର ଲୋକେ ବେଶ ସୁନ୍ଦର ଭାବେ ଆଭୂଷଣ କରିଥାନ୍ତି । ଏହାପରେ ମାର୍କଣ୍ତ ପୁଷ୍କରିଣୀ ଠାରେ ଏହି ପୂଜାର୍ଚ୍ଚନା କରାଯାଇଥାଏ । ହରପାର୍ବତୀଙ୍କୁ ସନ୍ତୁଷ୍ଟ କରିବା ପାଇଁ ୨୧ଦିନ ଧରି ବଳି ପୂଜା କରିଥାନ୍ତି ଏହି କନ୍ୟାମାନେ । ଏହି ୨୧ ଦିନର ଶେଷ ୪ଦିନ ପାରମ୍ପରିକ ବେଶ ସହ ବିଭିନ୍ନ ଅଳଙ୍କାରରେ ନିଜକୁ ସଜାଇଥାନ୍ତି ଏହି ନେତପିଲା ମାନେ । ପାରମ୍ପରିକ ବେଶରେ ମାର୍କଣ୍ତ ପୁଷ୍କରିଣୀକୁ ଯାଇ ପୁଷ୍କରିଣୀ କୁଳରେ ବସି ବଡ଼ ନିଷ୍ଠାର ସହିତ ପୂଜାର୍ଚ୍ଚନା କରିଥାନ୍ତି । ଏହି ଅବସରରେ ସେମାନେ ବଳିଗୀତ ଗାନ କରିବାର ମଧ୍ୟ ପରମ୍ପରା ରହିଛି ।

ଅଧିକ ପଢନ୍ତୁ- ନିଆରା ପରମ୍ପରା: ନେତ ପର୍ବ ପାଳିଲେ ସେବାୟତ କୁମାରୀ

ଆଶ୍ବିନ ମାସର ପଞ୍ଚମୀ, ଷଷ୍ଠୀ ଓ ସପ୍ତମୀ ତିଥିରେ ଏହି ପର୍ବକୁ ପାଳନ କରାଯାଏ । ସ୍ବତନ୍ତ୍ର ଆଭୂଷଣ ଏବଂ ବସ୍ତ୍ରରେ ଭୂଷିତ ହୋଇ ନେତ ପିଲାମାନେ ବିଭିନ୍ନ ପ୍ରକାର ଫଳ, ପାଣି କଖାରୁ, ଜହ୍ନି, ପରିବା ଓ ଗୁଆ ଆଦି ଅର୍ପଣ କରି ପୂଜା କରଥାନ୍ତି । କନ୍ୟା ମାନେ ଏହି ବେଶ ଭୂଷାରେ ସେମାନଙ୍କ ସମ୍ପର୍କୀୟ ଓ ବନ୍ଧୁବାନ୍ଧବ ମାନଙ୍କ ଘରକୁ ବୁଲି ଯାଇଥାନ୍ତି । ଏହି ପର୍ବ ଅବସରରେ ସେବାୟତ ମାନଙ୍କ ଘର ଗୁଡ଼ିକ ଉତ୍ସବ ମୁଖର ହୋଇ ଉଠିଥାଏ । କାହିଁ କେଉଁ କାଳରୁ ଶ୍ରୀକ୍ଷେତ୍ରରେ ଏଭଳି ନିଆରା ପରମ୍ପରା ପାଳିତ ହୋଇ ଆସୁଛି ସେବାୟତଙ୍କ କୂଳରେ । ମା’ ପାର୍ବତୀ ଶିବଙ୍କୁ ପାଇବା ଉଦ୍ଦେଶ୍ୟରେ ଏହି ପୂଜା କରିବାର କିମ୍ବଦନ୍ତୀ ରହିଥିବାରୁ ଏହାକୁ ଅନୁସରଣ କରି ଶିବଙ୍କ ଭଳି ସ୍ବାମୀ ପାଇବା ଉଦ୍ଦେଶ୍ୟରେ ନେତପିଲା ଏହି ପର୍ବ ପାଳିନ କରିଥାନ୍ତି ବୋଲି ବିଶ୍ବାସ ରହିଛି ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details