ପୁରୀ: ଆଜି ପବିତ୍ର ପ୍ରଥମାଷ୍ଟମୀ । ଏହି ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁ ପଢ଼ୁଆଁ ହୋଇଥାନ୍ତି । ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ବାରା ମହାସ୍ନାନ ନୀତି ହୋଇଥାଏ | ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂତନ ବସ୍ତ୍ର ଲାଗି କରାଇଥାନ୍ତି |
ମହାପ୍ରଭୁଙ୍କ ପ୍ରଥମାଷ୍ଟମୀ ନୀତି - ପଢୁଆଁ ହେଲେ ମହାପ୍ରଭୁ
ଆଜି ପବିତ୍ର ପ୍ରଥମାଷ୍ଟମୀ । ଏହି ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁ ପୋଢ଼ୁଆଁ ହୋଇଥାନ୍ତି । ପୂଜାପଣ୍ଡା ସେବକଙ୍କ ଦ୍ବାରା ମହାସ୍ନାନ ନୀତି ହୋଇଥାଏ | ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂତନ ବସ୍ତ୍ର ଲାଗି କରାଇଥାନ୍ତି | ପଢନ୍ତୁ ସମ୍ପୂର୍ଣ୍ଣ ଖବର..
ପୂଜାପଣ୍ଡା ,ପତିମହାପାତ୍ର, ମୁଦିରସ୍ତ ସେବକ ଘଟୁଆରୀ ଚନ୍ଦନ ଘରଠାରୁ ଚନ୍ଦନ ବିଜେ କରାଇ ଆଣି ତିନି ବାଡରେ ଲାଗି କରାଇଥାନ୍ତି | ତତ୍ପରେ ବେଶ ଓ ଅଳଙ୍କାରରେ ବିମଣ୍ଡିତ ହୋଇ କର୍ପୂର ଲାଗି ପରେ ପୁଷ୍ପାଳକମାନେ ସିଂହାସନରୁ ଓହ୍ଲାଇ ଆସିଥାନ୍ତି | ପରେ ତିନିବାଡ଼ରେ ପୂଜାପଣ୍ଡା,ପତିମହାପାତ୍ର, ମୁଦିରସ୍ତ ସେବକ ବରୁଣ ପୂଜା କରିଥାନ୍ତି | ଏହି ପୂଜା ସମାପନାନ୍ତେ ଭିତରେ ପାଣି ପଡି ମଧ୍ୟାହ୍ନ ଧୂପ ଉଠିସାରିବା ପରେ ତିନି ବାଡରେ ମଙ୍ଗଳାର୍ପଣ ନୀତି ହେବା ସହ ଫୁଲୁପୁରିଆ ଖଦି ଓ ଛେଦା ପ୍ରସାଦ ଲାଗି ହୋଇ ବନ୍ଦାପନା ହୋଇଥାଏ | ଏହିପରି ଭାବେ ପ୍ରଥମାଷ୍ଟମୀ ଦିନ ଶ୍ରୀମନ୍ଦିରରେ ବିଶେଷ ନୀତି ପାଳିତ ହୋଇଥାଏ ।
ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ