ପୁରୀ:ଶ୍ରୀନହରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ ବା ରାଜ୍ୟାଭିଷେକ ସମାରୋହ ଅନୁଷ୍ଠିତ ହୋଇଛି ( Pusyabhisek ceremony of Puri Gajpati) । ପୁଷ୍ୟାଭିଷେକ ସମାରୋହ ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହୋଇଥିଲେ । ଏଥିପାଇଁ ଶ୍ରୀନହରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଗଜପତି ମହାରାଜାଙ୍କୁ ଅଭିମନ୍ତ୍ରୀତ କରାଯିବା ସହ ମଙ୍ଗଳ କାମନା କରାଯାଇଥିଲା । ବୀର, ବାଦ୍ୟ, ତୂରୀ ଓ ମହୁରୀରେ ପ୍ରକମ୍ପିତ ହୋଇଉଠିଥିଲା ରାଜପ୍ରସାଦ । ପୌଷପୁର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କର ଦେବାଭିଷେକ ପୁଣ୍ଣିମା ନୀତି ଅନୁଷ୍ଠିତ ହୋଇଯାଇଥିବା ବେଳେ ରବିବାର ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଗଜପତିଙ୍କର ପୁଷ୍ୟାଭିଷେକ କରାଯାଇଛି ।
ଷୋଳ ଶାସନର ବ୍ରାହ୍ମଣ ପୁରୋହିତ ମାନେ ଏକତ୍ରୀତ ହୋଇ ଗଜପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପୌଷପୁର୍ଣ୍ଣିମା ଦେବାଭିଷେକ ନୀତି ସମ୍ପର୍ଣ୍ଣ ହେବା ପରେ ପରମ୍ପରା ଅନୁଯାୟୀ ଶ୍ରୀନହରରେ ମଧ୍ୟ ଗଜପତିଙ୍କର ରାଜାଭିଷେକ ଅନୁଷ୍ଠିତ ହୋଇଛି । ପୌଷପୁର୍ଣ୍ଣିମା ପୁଷ୍ୟା ନକ୍ଷତ୍ରରେ ଶ୍ରୀନହରରେ ଗଜପତିଙ୍କର ପରମ୍ପରା ଏବେ ବି ଚାଲୁ ରହିଛି । ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଅଭିଷେକ ନୀତିକୁ ଆଧାର କରି ପୁରୀ ଗଜପତି ମହାରାଜାଙ୍କ ରାଜାଭିଷେକ ଉତ୍ସବ ପାଳନ କରାଯାଇଥାଏ । ଏହି ପର୍ବରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଶ୍ରୀନହରରେ ପାରମ୍ପରିକ ଗଜପତି ପୋଷାକରେ ସିଂହାସନରେ ବସିବା ପରେ ମନ୍ତ୍ର ସ୍ନାନ, ଅଭିସିକ୍ତ ଜଳଛିଞ୍ଚନ ହୋଇ ନୂଆ ପଇତା ଲାଗି ହେବା ପରେ ଅଭିଷେକ ଆରମ୍ଭ ହୋଇଥାଏ ।
ଏହା ବି ପଢନ୍ତୁ...ପୌଷ ପୂର୍ଣ୍ଣିମାରେ ଶ୍ରୀଜିଉଙ୍କ ପୁଷ୍ୟାଭିଷେକ ନୀତି, ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ