ଓଡିଶା

odisha

ETV Bharat / state

ଆଜି ଶ୍ରୀଜିଉଙ୍କ ଚିତାଲାଗି ନୀତି, 4 ଘଣ୍ଟା ଦର୍ଶନ ବନ୍ଦ

ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ନୀତି । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ଠାକୁରଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅଧିକ ପଢନ୍ତୁ

By

Published : Jul 17, 2023, 10:24 AM IST

Updated : Jul 17, 2023, 12:13 PM IST

chitalagi amavasya
chitalagi amavasya

chitalagi amavasya

ପୁରୀ: ଆଜି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଚିତାଲାଗି ନୀତି । ଏଣୁ ଅପରାହ୍ନ ୨ଟାରୁ ୬ଟା ପର୍ଯ୍ୟନ୍ତ ଠାକୁରଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଭୋଗମଣ୍ଡପ ଶେଷ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଫଳରେ ଭକ୍ତମାନେ ଦୀର୍ଘ ୪ ଘଣ୍ଟା ଧରି ଜଗା ଦର୍ଶନରୁ ବଞ୍ଚିତ ହେବେ । ଚିତାଲାଗି ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି କରାଯିବ ।

ଆଜି ଚିତଉ ଅମାବାସ୍ୟା ଯୋଗୁଁ ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ସ୍ନାନପୂର୍ଣ୍ଣମୀରେ ଠାକୁର ଅଣସରକୁ ବିଜେ ସମୟରେ ଏହି ରତ୍ନଚିତା କଢ଼ା ଯାଇଥିଲା । ଆଜି ବ୍ରହ୍ମଜ୍ୟୋତି ହୀରା ଚିତା ଲାଗି ହେବ । ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ, ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ । ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯାଏ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ ।

ସ୍ନାନପୂର୍ଣ୍ଣମୀ ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ଵର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ । ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢି ନିଆ ଯାଇଥିଲା । ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା । ଆଜି ସେହି ସୋଲ ଚିତାକୁ କଢ଼ାଯାଇ ଅସଲ ଚିତା ଲାଗି କରାଯିବ । ତେବେ ଆଜି ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହୋଇଥାଏ । ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ସେଜରେ ବିଜେ କରିବେ । ତିନିବାଡ଼ର ବାଡ଼ଗ୍ରାହୀ ଓ ଦଇତାପତି ଏହି ଅଳଙ୍କାର ଶ୍ରୀଅଙ୍ଗରେ ଲାଗି କରିବେ ।

ଏହା ମଧ୍ୟ ପଢନ୍ତୁ- ଚେଇଁଲା ଶ୍ରୀମନ୍ଦିର ପ୍ରଶାସନ: ଆନନ୍ଦ ବଜାରରୁ ତଡା ଖାଇବେ ଅଣସୁପକାର, ଗଠନ ହେଲା ସ୍ବତନ୍ତ୍ର କମିଟି

ଭୋଗମଣ୍ତପ ନୀତି ପରେ ଏହି ବିଶେଷ ନୀତି ସମ୍ପନ୍ନ ହେବ । ପୁଷ୍ପାଳକ ସେବାୟତ ତିନିବାଡ଼ରେ ମଇଲମ କରିବେ । ଶ୍ରୀଦେବୀ ଓ ଭୂଦେବୀଙ୍କୁ ପୁଷ୍ପାଳକ ସେବକମାନେ ରତ୍ନ ସିଂହାସନରୁ ହାତରେ ବିଜେ କରାଇ ଆଣି ଖଟ ଶେଜରେ ବିଜେ କରିବେ । ସୁଦ୍ଧସୁଆରମାନେ ନୃସିଂହାସନ ତଳେ ସ୍ଵର୍ଣ୍ଣ ଓଷ ପ୍ରସ୍ତୁତ କରିବେ । ବାଡ଼ଗ୍ରାହୀମାନେ ଶୁଦ୍ଧସୁଆର ଦେଇଥ‌ିବା ଓଷ ଚିତାରେ ଲାଗି କରାଇବେ । ପାଟରା ଦେଇଥିବା ପାଟଡୋର ଫିତାରେ ବାନ୍ଧି ଶ୍ରୀମସ୍ତକରେ ଚିତା ଲାଗି ହେବ । ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା 1300 ଶତାବ୍ଦୀରୁ ପାଳିତ ହୋଇଆସୁଛି ବୋଲି ଜଣାଯାଏ । ତେବେ ଚିତାଲାଗି ଅମାବାସ୍ୟା ବା ଚିତଉ ଉଆଁସ ଓଡ଼ିଶାରେ ପାଳିତ ଏକ ଗଣପର୍ବ । ଏହା ଶ୍ରାବଣ ମାସର ଅମାବାସ୍ୟା ତିଥିରେ ପାଳିତ ହୋଇଥାଏ । ଏହି ଦିନ ଶ୍ରୀମନ୍ଦିରରେ ଜଗନ୍ନାଥ, ବଳଭଦ୍ର, ଓ ସୁଭଦ୍ରାଙ୍କର ଚିତା ଲାଗି ହୋଇଥାଏ । ଜଗନ୍ନାଥଙ୍କ ନିତିଦିନିଆ ପୂଜା ଓ ଧୂପ ଶେଷ ହେବା ପରେ ଦଇତାପତିମାନେ ତିନିଠାକୁରଙ୍କ ଲଲାଟରେ ଚିତାଲାଗି କରନ୍ତି ।

ଇଟିଭି ଭାରତ, ପୁରୀ

Last Updated : Jul 17, 2023, 12:13 PM IST

ABOUT THE AUTHOR

...view details