ପୁରୀ: ସାମନ୍ତ ଚନ୍ଦ୍ରଶେଖର ସ୍ବୟଂ ଶାସିତ ମହାବିଦ୍ୟାଳୟରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର । ମହାବିଦ୍ୟାଳୟର ଜଣେ ଛାତ୍ରୀଙ୍କ ମୃତଦେହ କଲେଜ ପରିସରରେ ଥିବା ସୁକନ୍ୟା ଛାତ୍ରୀନିବାସରୁ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଜଣକ ଯୁକ୍ତ ଦୁଇ ଦ୍ବିତୀୟ ବର୍ଷର ଛାତ୍ରୀ ସୁମିତ୍ରା ପଣ୍ଡା ବୋଲି ଜଣାପଡ଼ିଛି । ଘଟଣାସ୍ଥଳରୁ ଏକ ସୁଇସାଇଡ ନୋଟ ଜବତ ହୋଇଥିବାବେଳେ ହତ୍ୟା ଅଭିଯୋଗ ଆଣିଲେ ପରିବାର ।
ପୁରୀ ସାମନ୍ତ ଚନ୍ଦ୍ରଶେଖର ସ୍ବୟଂ ଶାସିତ ମହାବିଦ୍ୟାଳୟ ପରିସରରେ ଥିବା ସୁକନ୍ୟା ଛାତ୍ରୀନିବାସରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଛାତ୍ରୀଙ୍କ ମୃତଦେହ ଫ୍ୟାନରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି । ମୃତ ଛାତ୍ରୀଙ୍କ ଘର ବଳଙ୍ଗା ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମରେ ବୋଲି ଜଣାପଡ଼ିଛି । ସେ ସୁକନ୍ୟା ଛାତ୍ରୀନିବାସରେ ରହି ସାମନ୍ତ ଚନ୍ଦ୍ରଶେଖର ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ଦୁଇ ଦ୍ବିତୀୟ ବର୍ଷରେ ଅଧ୍ୟୟନ କରୁଥିଲେ । ଘଟଣାସ୍ଥଳରେ ଟାଉନଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତଦେହ ନିକଟରୁ ଏକ ସୁଇସାଇଡ ନୋଟ ଜବତ କରିଛି । ତେବେ ମୃତ ଛାତ୍ରୀଙ୍କ ପାରିବାର ଲୋକେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ।