ଓଡିଶା

odisha

ETV Bharat / state

ମରୁଡ଼ି ଘୋଷଣା ଦାବିରେ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ - ରାୟଗଡା ଖବର

ରାୟଗଡା ଜିଲ୍ଲା ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା ଦାବିରେ ଅଖିଳ ଭାରତ କୃଷକ ମହାସଭା ପକ୍ଷରୁ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯାଇଛି । ଅଧିକ ପଢନ୍ତୁ

ମରୁଡ଼ି ଘୋଷଣା ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ
ମରୁଡ଼ି ଘୋଷଣା ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ

By ETV Bharat Odisha Team

Published : Dec 1, 2023, 2:29 PM IST

ମରୁଡ଼ି ଘୋଷଣା ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ,

ରାୟଗଡା: ଜିଲ୍ଲା ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା ଦାବି ଜୋର ଧରିଛି । ଏନେଇ ଅଖିଳ ଭାରତ କୃଷକ ମହାସଭା ପକ୍ଷରୁ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ 16 ଦଫା ଦାବି ନେଇ ତହସିଲଦାରଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।

ଅଖିଳ ଭାରତ କୃଷକ ମହାସଭା (AIKM) ଓ ସିପିଆଇ (ଏମଏଲ) ଲିବରେସନ ତରଫରୁ ରାୟଗଡା ଜିଲ୍ଲା ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା ଦାବି କରାଯାଇଛି । ଏନେଇ ରମାନାଗୁଡା ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣା ଦେଇଛି ଦଳ । ତେବେ ରାମନାଗୁଡା ବ୍ଲକର ଖିଲାପଦର ଛକ ଠାରୁ ଏକ ଶୋଭାଯାତ୍ରା ବାହାରି ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ 16 ଦଫା ଦାବି ନେଇ ତହସିଲଦାରଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି ।

ଏହାମଧ୍ୟ ପଢନ୍ତୁ..ରାଜ୍ୟରେ ବୃଦ୍ଧି ପାଇଛି ଦୁର୍ନୀତି: ବ୍ରହ୍ମପୁରରେ ଭାରତୀୟ ଜନତା ପାର୍ଟିର ଶୋଭାଯାତ୍ରା

ତେବେ ଅଖିଳ ଭାରତ କୃଷକ ମହାସଭାର ଦାବି ଗୁଡିକ ମଧ୍ୟରେ ମୁଖ୍ୟତଃ ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା, ମରୁଡ଼ିରେ କ୍ଷତିଗ୍ରସ୍ଥ ଚାଷୀମାନଙ୍କୁ ଏକର ପିଛା ୫୦ ହଜାର ଟଙ୍କା, ମରୁଡ଼ିରେ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଋଣ ଛାଡ଼ ସାଙ୍ଗକୁ ନୂଆ ଋଣ ଯୋଗାଇବା ଏବଂ ଭାଗଚାଷୀଙ୍କୁ ଚାଷୀର ମାନ୍ୟତା, ମରୁଡ଼ି କ୍ଷତିଗ୍ରସ୍ତ ହିତାଧିକାରୀକୁ ଜଳକର ଛାଡ଼ , କପା କୁଇଣ୍ଟାଲ ୯ ହଜାର ଟଙ୍କା, ଗୋଗୁପାଡୁ ପଞ୍ଚାୟତର କାଟିକି ଓ ଗୁଲୁଣ୍ଟି ପଞ୍ଚାୟତର ତାମେଲିଗୁଡ଼ା ଗ୍ରାମର ଆଦିବାସୀମାନଙ୍କ ଭୋଗ ଦଖଲରେ ରହିଥିବା ଜମିର ପଟ୍ଟା ପ୍ରଦାନ ଓ ଆଦିବାସୀମାନଙ୍କ ନାମରେ ହୋଇଥିବା ମିଥ୍ୟା କେସ୍‌କୁ ପ୍ରତ୍ୟାହାର, କେନ୍ଦ୍ର ସରକାରଙ୍କ ଦ୍ବାରା ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ଗ୍ରାମ ସଭାକୁ ଅକାମୀ କରିଦେଉଥିବା ଚକ୍ରାନ୍ତକୁ ବନ୍ଦ କରିବା ଦାବି ହୋଇଛି ।

ଏଥିସହ ଆଦିବାସୀ ମାନଙ୍କର ଭୋଗ ଦଖଲରେ ରହିଥିବା ସରକାରୀ ଜମି, ଜଙ୍ଗଲ ଜମିକୁ ଚିହ୍ନଟ କରିବା ପାଇଁ ଆର.ଆଇ ଓ ଅମିନ୍‌କୁ ମାସିକ ୧୫ ଦିନ ପାଇଁ ନିର୍ଦ୍ଦେଶ ଦେବା, ଶୀତଳ ଭଣ୍ଡାର ଓ ଢ଼େପାଗୁଡ଼ା ଡ୍ୟାମରୁ ଚାଷୀମାନଙ୍କୁ ଜଳ ସେଚନ ଯୋଗାଇବା ଓ ଗୁଲୁଣ୍ଡି ପଞ୍ଚାୟତରେ ସୋରିଷ ପଦର ଗାଁର ଚାଷୀମାନଙ୍କୁ ଜଳକର ଛାଡ, କେନାଲ ନିମନ୍ତେ କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଓ ଲହରଗାଡ଼ା ନାଳକୁ ଜଳ ପ୍ରକଳ୍ପ, ଆନ୍ଧ୍ରର ଜମି ମାଫିଆମାନେ ଆଦିବାସୀମାନଙ୍କ ଦଖଲରେ ଥିବା ଜମିକୁ ବେଆଇନ ଭାବେ ରେଜିଷ୍ଟି ରଦ୍ଧ କରିବା, ଏନଆରଜିଏସ କାମର ବର୍ଷକୁ 200 ଦିନ କାମ ଦୈନିକ 600 ଟଙ୍କ ମଞ୍ଜୁରୀ, ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ୫ ଲକ୍ଷ ଟଙ୍କା, ସମସ୍ତ ଗରିବ ଏବଂ ବିପିଏଲ ପରିବାରର ମାନଙ୍କୁ ବିଦ୍ୟୁତ୍ ବିଲ ଛାଡ଼, ୨୦୦ ୟୁନିଟ୍ ମାଗଣା ବିଦ୍ୟୁତ୍ ଯୋଗାଇବା, ରାସନ୍‌କାର୍ଡ ଧାରୀଙ୍କୁ ୫୦ କେଜି ଚାଉଳ ନେଇ ଦାବି କରାଯାଇଛି ।



ଇଟିଭି ଭାରତ, ରାୟଗଡା

ABOUT THE AUTHOR

...view details