ଓଡିଶା

odisha

ETV Bharat / state

ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ - market

ରାୟଗଡା ସ୍ଥିତ ସାରଳା ମାର୍କେଟରେ ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଇଟିଭି ଭାରତ

By

Published : May 25, 2019, 10:45 AM IST

ରାୟଗଡ଼ା: ଜିଲ୍ଲାର ସାରଳା ଛକ ନିକଟରେ ଭୟାବହ ଅଗ୍ନିକାଣ୍ଡ । ଚପଲ ଦୋକାନ, ଇଲେକ୍ଟ୍ରିକ ଦୋକାନ ସହ କିଛି ଫଳ ଦୋକାନରେ ଆଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ତେବେ ଏହି ନିଆଁ ଆଜି (ଶନିବାର) ଭୋରରୁ ଲାଗିଥିବା ଜଣାପଡିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଇଟିଭି ଭାରତ

ସୂଚନା ମୁତାବକ, ଟାଉନ ଥାନା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ ଜୋତା ଦୋକାନରୁ ନିଆଁ ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବରପାଇ ଅଗ୍ନିଶମ ବିଭାଗର ୮ ଜଣିଆ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏଥିରେ କେହି ମୄତାହତ ହୋଇନଥିବା ବେଳେ ବିଦ୍ୟୁତ ସଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।

ରାୟଗଡ଼ାରୁ ରଞ୍ଜନ ରଥ, ଇଟିଭି ଭାରତ

ABOUT THE AUTHOR

...view details