ଓଡିଶା

odisha

By

Published : Jan 6, 2021, 8:59 AM IST

ETV Bharat / state

୭୨ତମ ଜିଲ୍ଳାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଜାନୁଆରୀ ୨୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପାଳନକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ଚଳିତ ବର୍ଷ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ୟାରେଡ ପଡିଆରେ ଶାରିରୀକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଅଧିକ ପଢନ୍ତୁ...

୭୨ତମ ଜିଲ୍ଳାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ
୭୨ତମ ଜିଲ୍ଳାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ରାୟଗଡା: ଜାନୁଆରୀ ୨୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣତନ୍ତ୍ର ଦିବସ ପାଳନକୁ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ରାୟଗଡ ଜିଲ୍ଳା ପ୍ରଶାସନ ତରଫରୁ ମଙ୍ଗଳବାର ସ୍ଥାନୀୟ ଜିଲ୍ଳା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସଭାଗୃହ ଠାରେ ଜିଲ୍ଳାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିଲା । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମl ଆସିଲେ ସେହି ଅନୁଯାୟୀ ପାଳନ ହେବ ଚଳିତ ବର୍ଷର ଗଣତନ୍ତ୍ର ଦିବସ ବୋଲି ଜିଲ୍ଳାପାଳ ଶ୍ରୀ ବେହେରା ବୈଠକରେ ପ୍ରକାଶ କରିଥିଲେ।

୭୨ତମ ଜିଲ୍ଳାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଳାପାଳ ଶରତଚନ୍ଦ୍ର ପଣ୍ଡା ଗତବର୍ଷ ବୈଠକର ବିବରଣୀ ପାଠ କରିଥିବା ବେଳେ ଜିଲ୍ଳା ସୂଚନା ଓ ଲୋକ ସଂପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ସାଧାରଣତନ୍ତ୍ର ଦିବସରେ ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତିରେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପୁଷ୍ପମାଲ୍ୟ ଅର୍ପଣ କରାଯିବ ।

୭୨ତମ ଜିଲ୍ଳାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ଗତବର୍ଷ ଭଳି ସମ୍ମିଳିତ ପ୍ୟାରେଡ଼ରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ପ୍ୟାରେଡରେ ଅନୁଷ୍ଠିତ ହେବ ନଚେତ କେବଳ ପୋଲିସ ଵାହିନୀଦ୍ଵାରା ପ୍ୟାରେଡ ଆୟୋଜିତ ହେବ l ଏହି ବର୍ଷ ମଧ୍ୟ ପ୍ରଜ୍ଞାପନ ମେଢଗୁଡିକରେ ମଧ୍ୟ ପ୍ରଦର୍ଶନ କରାଯିବାକୁ ସ୍ଥିର କରାଯାଇଛି । ସେହିପରି ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ୟାରେଡ ପଡିଆରେ ଶାରିରୀକ କ୍ରୀଡା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବl

ରାୟଗଡାରୁ ରଞ୍ଜନ କୁମାର ରଥ, ଇଟିଭି ଭାରତ

ABOUT THE AUTHOR

...view details