ଓଡିଶା

odisha

ETV Bharat / state

ଆସୁଛି ମୌସୁମୀ, ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ବୈଠକ ଅନୁଷ୍ଠିତ

ଆଗାମୀ ବର୍ଷା ଦିନକୁ ଆଖି ଆଗରେ ରଖି ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ବୈଠକ ଅନୁଷ୍ଠିତ । ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି ।

By

Published : Jun 5, 2019, 12:25 PM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, ରାୟଗଡା

ରାୟଗଡା: ବର୍ଷା ଦିନକୁ ଦୃଷ୍ଟିରେ ରଖି ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ବୈଠକ ଅନୁଷ୍ଠିତ । ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ପ୍ରମୋଦ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ, ଲୋକସଭା ସାଂସଦ ସପ୍ତଗିରୀ ଉଲ୍ଲାକା ପ୍ରମୁଖ ଉପସ୍ଥିତ ରହିଥିଲେ ।

ଏଥିସହ ଗୁଣୁପୁର ବିଧାୟକ, ରାୟଗଡା ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଉପାଧ୍ୟକ୍ଷା, ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ଗୁଣୁପୁର ଓ ରାୟଗଡା ଉପଜିଲ୍ଲାପାଳ, ସମସ୍ତ ବିଡ଼ିଓ ଏବଂ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଅବସରରେ ଜିଲ୍ଲାରେ ଥିବା ଦୁଇ ନଦୀକୂଳିଆ ଅଞ୍ଚଳ ସମେତ ବନ୍ୟା ପ୍ରଭାବିତ ଅଞ୍ଚଳର ସୁରକ୍ଷା ପ୍ରତି ଗୁରୁତ୍ବ ଦେବା ସହ ସ୍ଥାନାନ୍ତର ଓ ପୁନରୁଦ୍ଧାର କାର୍ଯ୍ୟ ଉପରେ ଗୁରୁତ୍ବ ଦିଆଯାଇଥିବା ଜିଲ୍ଳାପାଳ ପ୍ରକାଶ କରିଛନ୍ତି ।

ଏପରିକି ଜିରୋ କାଜୁଆଲିଟି ପାଇଁ ଜିଲ୍ଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ସେ ପ୍ରକାଶ କରିଛନ୍ତି ।

ରାୟଗଡାରୁ ରଞ୍ଜନ ରଥ, ଇଟିଭି ଭାରତ

ABOUT THE AUTHOR

...view details