ରାୟଗଡ଼ା:ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେବାପରେ ପ୍ରଭାବରେ ଗତକାଲି (ଶୁକ୍ରବାର) ଠାରୁ ରାୟଗଡା ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି । ଲଗାଣ ବର୍ଷା ଯୋଗୁଁ ଗୁଣୁପୁର ଠାରେ ବଂଶଧାରା ନଦୀ ଜଳସ୍ତର ବିପଦ ସଙ୍କେତ ଅତିକ୍ରମ କରିଛି । ସେହିପରି ନାଗାବଳୀ ଓ ଝଞ୍ଜାବତୀ ନଦୀରେ ମଧ୍ୟ ଜଳସ୍ତର ବୃଦ୍ଧି ପାଇଛି ।
ବଂଶଧାରାରେ ବିପଦ ସଙ୍କେତ ୮୪ ମିଟର, ସତର୍କ ସଙ୍କେତ ୮୩ ମିଟର ରହିଛି । ସନ୍ଧ୍ୟା ୫ଟା ସୁଦ୍ଧା ବଂଶଧାରା ଜଳସ୍ତର ୮୩.୪୫ ମିଟର ରହିଛି । ଗତ କାଲିଠାରୁ ବଂଶଧାରା ନଦୀର ଉପରମୁଣ୍ଡ ଚନ୍ଦ୍ରପୁର, ମୁନିଗୁଡା ଏବଂ ଗୁଡ଼ାରି ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିବା ଫଳରେ ବଂଶଧାରାର ଜଳସ୍ତର ବଢିବାରେ ଲାଗିଛି । ସେପଟେ ନାଗାବଳୀ ଏବଂ ଝଞ୍ଜାବତୀ ନଦୀରେ ମଧ୍ୟ ଜଳ ସ୍ତର ବୃଦ୍ଧି ପାଇବାରେ ଲାଗିଛି ।