ଭିସୁଟକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ
07:50 February 28
ଭିସୁଟକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ
ସମ୍ବଲପୁର:ଜିଲ୍ଲାର ବୁର୍ଲାସ୍ଥିତ ଭିସୁଟକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ଜିଲ୍ଲା ପ୍ରଶାସନ । ଶୁକ୍ରବାର ବିଶ୍ବବିଦ୍ୟାଳୟର ହଷ୍ଟେଲରେ 25 ଜଣ ଛାତ୍ରଛାତ୍ରୀ କୋରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ତେବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବିଶ୍ବବିଦ୍ୟାଳୟକୁ ବନ୍ଦ ରଖାଯିବ ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।
ପୁଣି ଜିଲ୍ଲାକୁ ଫେରିଲା କରୋନା । ଭିସୁଟର କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବାର ଦେଖି ଜିଲ୍ଲା ପ୍ରଶାସନ ଏହି ପଦକ୍ଷେପ ନେଇଛି । ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ଭିସୁଟକୁ ଯିବା ଆସିବା ଉପରେ କଟକଣା ଲଗାଯାଇଛି । ସମ୍ବଲପୁର ବୁର୍ଲା ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ ଟେକ୍ନୋଲୋଜିରେ 25 ଛାତ୍ରଛାତ୍ରୀ କୋଭିଡ ସଂକ୍ରମଣ ହୋଇଥିବାର ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି । ବୁର୍ଲା ଭିସୁଟକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଭଆବେ ଘୋଷଣା କରାଯାଇଛି । ତେବେ ଛାତ୍ରଛାତ୍ରୀଙ୍କ ପରୀକ୍ଷାକୁ ବାତିଲ କରାଯିବା ସହିତ ଅନଲାଇନରେ ପରୀକ୍ଷା କରାଯିବ ବୋଲି ଜଣାପଡିଛି ।
ସେପଟେ ୟୁନିଭରସିଟିର ହଷ୍ଟେଲ ଗୁଡିକୁ ମଧ୍ୟ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଥିବା ବେଳେ ପୁଲହ ହଷ୍ଟେଲର ପାର୍ଶ୍ଵବର୍ତ୍ତୀ ଅଞ୍ଚଳକୁ ବଫର ଜୋନ ଭାବେ ଘୋଷଣା କରାଯାଇଛି । ଗତ କାଲି 25 ଛାତ୍ରଛାତ୍ରୀ କୋଭିଡ ସଂକ୍ରମିତ ଚିହ୍ନଟ ହେବା ପରେ ଭିସୁଟ କତ୍ତୃପକ୍ଷ ଓ ଜିଲ୍ଲା ପ୍ରଶାସନ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ତେବେ ପରବର୍ତ୍ତୀ ଆଦେଶ ନ ଆସିବା ପର୍ଯ୍ୟନ୍ତ ବିଶ୍ବବିଦ୍ୟାଳୟ ପରିସରରେ ଯିବା ଆସିବା କଟକଣା ବଲବତ୍ତର ରହିବ ବୋଲି ଜିଲ୍ଲା ପ୍ରଶାସନ ସୂଚନା ଦେଇଛି ।
ସମ୍ବଲପୁରରୁ ବାଦଶାହ ଜୁଷ୍ମନ ରାଣା, ଇଟିଭି ଭାରତ