ସମ୍ବଲପୁର: ଆଜି ହେଉଛି ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ବ୍ଲକ ସ୍ଥିତ ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ଖିଣ୍ଡାରେ 215ତମ ସୁରେନ୍ଦ୍ର ସାଏ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି । ଗ୍ରାମରେ ବିଭିନ୍ନ ସଙ୍ଗଠନ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ଦ୍ଵାରା ଜୟନ୍ତୀ ପାଳନ କରାଯିବା ସହ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି ।
ଏହା ମଧ୍ୟ ପଢ଼ନ୍ତୁ:ସଂଗ୍ରାମୀଙ୍କ ଗାଁରେ ୧୨୬ତମ ନେତାଜୀ ଜୟନ୍ତୀ ପାଳିତ, ବୀର ପୁରୁଷଙ୍କ ମନେ ପକାଇଲେ ଛାତ୍ରଛାତ୍ରୀ
ଆଜି ହେଉଛି ସମ୍ବଲପୁରର ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ 215ତମ ଜନ୍ମ ଜୟନ୍ତୀ । ଏହି ଅବସରରେ ସମ୍ବଲପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସମ୍ବଲପୁର ଜେଲ୍ ଛକସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହାସହ ବିଭିନ୍ନ ସଙ୍ଗଠନ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ପକ୍ଷରୁ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବା ସହ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଅନ୍ୟପଟେ ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ରେଙ୍ଗାଲି ବ୍ଲକ ଖିଣ୍ଡା ଗ୍ରାମରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ତାଙ୍କ ଜନ୍ମମାଟି ପୈତୃକ ଘରସ୍ଥିତ ତାଙ୍କର ପ୍ରତିମୂର୍ତ୍ତିରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ତାଙ୍କ ସ୍ମୃତିଚାରଣ କରାଯାଇଛି ।