ସମ୍ବଲପୁର: ତପସ୍ୱିନୀ ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ବଲପୁର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ କରାଯାଇଛି । ଜିଲ୍ଲାର 9 ଟି ବ୍ଲକର 200 ଜଣ ଆଶା ଓ ଗାଁ କଲ୍ୟାଣ ସମିତିର ସଭ୍ୟମାନେ ଯୋଗ ଦେଇଥିଲେ ।
ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ - ସମ୍ବଲପୁରରେ ଆଶା ସମ୍ମିଳନୀ
ସମ୍ବଲପୁର ତପସ୍ୱିନୀ ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ ଅନୁଷ୍ଠିତ । ଅଧିକ ପଢନ୍ତୁ...
![ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ](https://etvbharatimages.akamaized.net/etvbharat/prod-images/768-512-10897812-74-10897812-1615040649029.jpg)
ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ
ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳନୀ
ଏହି ଜିଲ୍ଲାସ୍ତରୀୟ ସମ୍ମିଳନୀରେ ସମ୍ବଲପୁର ଜିଲ୍ଳାପାଳ ଶୁଭମ ସକ୍ସେନା, ଜିଲ୍ଲା ପରିଷଦ ସଭାପତି ରାଧେଶ୍ୟାମ ବାରିକ, ପିଡି ଡିଆରଡିଏ ସୁକାନ୍ତ ତ୍ରିପାଠୀ ପ୍ରମୁଖ ଯୋଗଦେଇ ସମ୍ବଲପୁର ଜିଲ୍ଲାର ସ୍ୱାସ୍ଥ୍ୟସେବା ପାଇଁ ଜିଲ୍ଲାର ଆଶା ଓ ଗାଁ କଲ୍ୟାଣ ସମିତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି କହିଥିଲେ । ଏଥିସହ କୋଭିଡ ସମୟରେ ଆଶା ଓ ଗାଁ କଲ୍ୟାଣ ସମିତିର ସଭ୍ୟମାନଙ୍କ ଉଲ୍ଲେଖନୀୟ ଅବଦାନ ରହିଥିବା କୁହାଯାଇଥିଲା । ଏହି ଅବସରରେରେ ଉଲ୍ଲେଖନୀୟ ଅବଦାନ ପାଇଁ ବହୁ ଆଶା ଓ ଗାଁ କଲ୍ୟାଣ ସମିତିର ସଦସ୍ୟମାନଙ୍କୁ ସମ୍ମାନିତ କରାଯାଇଛି ।
ସମ୍ବଲପୁରରୁ ବାଦଶାହ ଜୁସ୍ମନ ରଣା, ଇଟିଭି ଭାରତ
Last Updated : Mar 6, 2021, 8:12 PM IST