ଓଡିଶା

odisha

ETV Bharat / state

ମଙ୍ଗଳବାର କୁଚିଣ୍ଡା ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ BSKY ସ୍ମାର୍ଟକାର୍ଡ - BSKY Smart Health Card

ଆସନ୍ତାକାଲି (ମଙ୍ଗଳବାର) କୁଚିଣ୍ଡା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହ BSKY ସ୍ମାର୍ଟକାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ। ଅଧିକ ପଢନ୍ତୁ...

tomorrow CM Naveen Pattnaik visit to Kuchinda for distribute of BSKY Smart Health Card
କାଲି କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

By

Published : Nov 1, 2021, 8:29 PM IST

Updated : Nov 1, 2021, 10:25 PM IST

ଭୁବନେଶ୍ବର/ ସମ୍ବଲପୁର:ଆସନ୍ତାକାଲି ସମ୍ବଲପୁର ଜିଲ୍ଲା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ବଲପୁର ଜିଲ୍ଲା କୁଚିଣ୍ଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ ବଣ୍ଟନ କରିବେ । ଜିଲ୍ଲାର ୨ଲକ୍ଷ ୨୮ହଜାର ୨୧୩ଜଣ ହିତାଧିକାରୀ ସ୍ମାର୍ଟ ହେଲ୍‌ଥ କାର୍ଡ ପାଇବେ । ଏହା ସହ ମୁଖ୍ୟମନ୍ତ୍ରୀ ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

କାଲି କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ

ମାଲକାନଗିରି, ସୁନ୍ଦରଗଡ଼, ଗଜପତି, ବଲାଙ୍ଗୀର, ପୁରୀ, ଦେବଗଡ, ମୟୂରଭଞ୍ଜ ପରେ ସମ୍ବଲପୁରରେ ଲେଖାହେବ ସ୍ୱାସ୍ଥ୍ୟସେବାର ନୂଆ ଅଧ୍ୟାୟ । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଯିବେ ସମ୍ବଲପୁର । ବାଣ୍ଟିବେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ନୂଆ ସ୍ମାର୍ଟକାର୍ଡ । ଏହା ସହ ସମ୍ବଲପୁର ଜିଲ୍ଲାରେ ମୁଖ୍ୟମନ୍ତ୍ରୀ ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ସେଥିପାଇଁ ପ୍ରସ୍ତୁତି ଶେଷ ପଯ୍ୟାୟରେ ପହଞ୍ଚିଛି ।

କାଲି କୁଚିଣ୍ଡା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

କୁଚିଣ୍ଡାର ମୁକୁନ୍ଦି ପଡ଼ିଆରେ ହେବାକୁ ଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ସ୍ମାର୍ଟକାର୍ଡ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ କଡାସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିପାଇଁ ହେଲିପ୍ୟାଡ ମଧ୍ୟ ତିଆରି ହୋଇ ସାରିଛି। ସମ୍ବଲପୁର ଏସପି ନିଜେ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି 18 ପ୍ଲାଟୁନ ପୋଲିସ ମୁତୟନ ହୋଇଥିବା ବେଳେ ଆସନ୍ତାକାଲି ଆଉ 2 ପ୍ଲାଟୁନ ପୋଲିସ ସୁରକ୍ଷା ବ୍ୟବସ୍ଥାରେ ସାମିଲ ହେବେ। ସୁରକ୍ଷା ଦୃଷ୍ଟିକୋଣରୁ ସମ୍ବଲପୁରର କେତେକ ବିଜେପି ନେତାକୁ ପୋଲିସ ଅଟକ ରଖିଥିବା ସୂଚନା ମିଳିଛି।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡ ଦ୍ୱାରା ମାଗଣାରେ ଉତ୍ତମ ସ୍ୱାସ୍ଥ୍ୟ ସେବା ମିଳିପାରିବ । ପ୍ରତି ପରିବାରକୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ରାଜ୍ୟ ତଥା ରାଜ୍ୟ ବାହାରର ୨ ଶହରୁ ଅଧିକ ହସ୍ପିଟାଲରେ ସ୍ମାର୍ଟ ହେଲ୍‌ଥ କାର୍ଡରେ ସ୍ୱାସ୍ଥ୍ୟ ସେବା ମିଳିବ । ପୂର୍ବରୁ ମଧ୍ୟ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜିଲ୍ଲାଗସ୍ତରେ ଯାଇ ବିଏସକେଓ୍ୱାଇ ଯୋଜନାରେ ସ୍ମର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ ଓ ସମ୍ବଲପୁରରୁ ବାଦଶାହ ଜୁସ୍ମନ ରାଣା, ଇଟିଭି ଭାରତ

Last Updated : Nov 1, 2021, 10:25 PM IST

ABOUT THE AUTHOR

...view details