ଓଡିଶା

odisha

ETV Bharat / state

ଯୋଜନା ଶ୍ରେୟ: ଆନ୍ଦୋଳନକୁ ଓହ୍ଲାଇଲା ସୁବର୍ଣ୍ଣପୁର ଜିଲ୍ଲା ବିଜେପି - ସୁବର୍ଣ୍ଣପୁର ଜିଲ୍ଲା ବିଜେପି

ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜୁ ପକ୍କା ଘର ଯୋଜନାରେ ପରିଣତ କରାଯାଉଥିବା ଅଭିଯୋଗରେ ଶୁକ୍ରବାର ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି । ଏନେଇ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ସମସ୍ତ ବ୍ଲକ, ପୌର ପରିଷଦ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଫଟୋ ସୌଜନ୍ୟ: ପ୍ରତିନିଧି, ସୁବର୍ଣ୍ଣପୁର

By

Published : Sep 27, 2019, 5:03 PM IST

ସୁବର୍ଣ୍ଣପୁର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜୁ ପକ୍କା ଘର ଯୋଜନାରେ ପରିଣତ କରାଯାଉଥିବା ଅଭିଯୋଗରେ ଶୁକ୍ରବାର ସାରା ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରିଛି ବିଜେପି । ଏନେଇ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ସମସ୍ତ ବ୍ଲକ, ପୌର ପରିଷଦ ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏଥିସହ ଜିଲ୍ଲା ବିଜେପି ସଭାପତି ବିଜୟ ମହାକୁରଙ୍କ ନେତୃତ୍ବରେ ବିଜେପି କାର୍ଯ୍ୟକର୍ତ୍ତାମାନେ ସରକାରୀ କାର୍ଯ୍ୟାଳୟଗୁଡିକୁ ଘେରାଉ କରିଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ସୁବର୍ଣ୍ଣପୁର

ସୂଚନା ଅନୁଯାୟୀ ସଦର ସୋନପୁର ବ୍ଲକ ଓ ପୌର ପରିଷଦ କାର୍ଯ୍ୟାଳୟକୁ ସାନନ୍ଦ ମେହେରଙ୍କ ନେତୃତ୍ବରେ କାର୍ଯ୍ୟକର୍ତ୍ତାମାନେ ଘେରାଉ କରିଛନ୍ତି । ଜିଲ୍ଲାରେ ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ବିଜୁ ପକ୍କା ଘର ଯୋଜନାରେ ରୂପାନ୍ତରିତ କରାଯାଇଥିବା ପ୍ରତିବାଦରେ ଆନ୍ଦୋଳନ କରିବା ସହ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ କରାଯାଇଛି ।

ତେବେ ରାଜ୍ୟ ସରକାର ଏ ଦିଗରେ ନ୍ୟାୟୋଚିତ ପଦକ୍ଷେପ ନ ନେଲେ ଆଗକୁ ଆନ୍ଦୋଳନ ତୀବ୍ରତର ହେବ ବୋଲି ଜିଲ୍ଲା ବିଜେପି ଧମକ ଦେଇଛି ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details