ସୁବର୍ଣ୍ଣପୁର: ଜିଲ୍ଲା କୃଷକ ବିକାଶ ପରିଷଦ ପକ୍ଷରୁ ଆନ୍ଦୋଳନ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଶାନ୍ତିପୂର୍ଣ୍ଣ ଭାବେ ଚାଷୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । କେନ୍ଦ୍ରୀୟ କୃଷି ଆଇନ ବିରୋଧରେ ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଶାନ୍ତିପୂର୍ଣ୍ଣ ଭାବେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ମୁଖ୍ୟ ଫାଟକ ଆଗରେ ଚାଷୀମାନେ ଧାରଣା ଦେଇଛନ୍ତି ।
କେନ୍ଦ୍ରୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଗଣଧାରଣା - କେନ୍ଦ୍ରୀୟ କୃଷି ଆଇନକୁ ବିରୋଧ
କେନ୍ଦ୍ରୀୟ କୃଷି ଆଇନ ବିରୋଧରେ ଆଜି ଗାନ୍ଧିଜୀଙ୍କ ଜୟନ୍ତୀ ଅବସରରେ ଶାନ୍ତିପୂର୍ଣ୍ଣ ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା କୃଷକ ବିକାଶ ପରିଷଦ ପକ୍ଷରୁ ଆନ୍ଦୋଳନ କରାଯାଇଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

କେନ୍ଦ୍ରୀୟ କୃଷି ଆଇନ ବିରୁଦ୍ଧରେ ଚାଷୀଙ୍କ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
କେନ୍ଦ୍ରୀୟ କୃଷି ଆଇନ ବିରୁଦ୍ଧରେ ଚାଷୀଙ୍କ ଶାନ୍ତିପୂର୍ଣ୍ଣ ଆନ୍ଦୋଳନ
ଚାଷୀ ଓ ଖାଉଟି ତିନୋଟି ଆଇନକୁ ସଂଶୋଧନ କରିବା, ସ୍ୱାମୀନାଥନ କମିଶନଙ୍କ ସୁପାରିଶ କାର୍ଯ୍ୟକାରୀ କରିବା, ସର୍ବନିମ୍ନ ସହାୟକ ମୂଲ୍ୟକୁ ଆଇନଗତ ମାନ୍ୟତା ପ୍ରଦାନ, ଜମି ମାଲିକାନାକୁ ନବଦଳାଇ ଭାଗଚାଷୀକୁ ଆଇନଗତ ମାନ୍ୟତା ପ୍ରଦାନ ଆଦି ସାତ ଦଫା ଦାବି ପୂରଣ ପାଇଁ ଏହି ଆନ୍ଦୋଳନ କରାଯାଇଛି ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ