ସୁବର୍ଣ୍ଣପୁର:ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ମଙ୍ଗଳବାର ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ତୁଲୁଣ୍ଡିପାଲି ଗାଁ ନିକଟ ବିଲରୁ ଏହି ମୃତଦେହ ଉଦ୍ଧାର କରାଯାଇଛି । ମୃତକଙ୍କ ପରିଚୟ ମିଳିପାରି ନଥିବାବେଳେ ଏହା ହତ୍ୟା କି ଆଉ କିଛି ସେ ବାବଦରେ କିଛି ସ୍ପଷ୍ଟ ହୋଇନାହିଁ । ମୃତ ମହିଳାଙ୍କ କିଛି ଦୂରରେ ଚପଲ, ବ୍ୟାଗ ଆଦି ପଡିଥିବାର ଦେଖିବାକୁ ମିଳିଛି ।
ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି - subarnapur half burn body
ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ତୁଲୁଣ୍ଡିପାଲି ଗାଁ ନିକଟ ବିଲ ମଧ୍ୟରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ପୋଲିସର ତଦନ୍ତ ଜାରି । ଅଧିକ ପଢନ୍ତୁ...
ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି
ବିଲରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି
ସୂଚନାଯୋଗ୍ୟ, ଅର୍ଦ୍ଧଦଗ୍ଧ ଅବସ୍ଥାରେ ମହିଳାଙ୍କ ମୃତଦେହ ପଡିଥିବାର ଜଣେ ଗୋପାଳକ ଦେଖିବାକୁ ପାଇ ଗାଁ ଲୋକଙ୍କୁ ଜଣାଇଥିଲେ । ଏହାପରେ ସେମାନେ ବିନିକା ପୋଲିସକୁ ଏ ସମ୍ପର୍କରେ ଖବର ଦେଇଥିଲ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଏବଂ ଘଟଣାର ଛାନଭିନ୍ ଆରମ୍ଭ କରିଛି ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ