ଓଡିଶା

odisha

ETV Bharat / state

ମମିତା ହତ୍ୟା ଘଟଣା; SP ଅଫିସ ଘେରିଲା ମହିଳା କଂଗ୍ରେସ - ସୁବର୍ଣ୍ଣପୁର ମହିଳା କଂଗ୍ରେସ

ସୁବର୍ଣ୍ଣପୁର ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ନଗର କଂଗ୍ରେସ ସଭାପତି ସୁଧିର ପଣ୍ଡାଙ୍କ ନେତୃତ୍ବରେ ଶତାଧିକ ମହିଳା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣାରେ ବସିଛନ୍ତି । ଅଧିକ ପଢନ୍ତୁ ...

ମମିତା ମେହେରଙ୍କ ହତ୍ୟାକାଣ୍ଡ ଘଟଣା
ମମିତା ମେହେରଙ୍କ ହତ୍ୟାକାଣ୍ଡ ଘଟଣା

By

Published : Oct 21, 2021, 9:06 PM IST

ସୁବର୍ଣ୍ଣପୁର:ଆଜି ସୁବର୍ଣ୍ଣପୁର ଜିଲ୍ଲା ମହିଳା କଂଗ୍ରେସ ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ନଗର କଂଗ୍ରେସ ସଭାପତି ସୁଧିର ପଣ୍ଡାଙ୍କ ନେତୃତ୍ବରେ ଶତାଧିକ ମହିଳା ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଧାରଣାରେ ବସିଛନ୍ତି ।

ମମିତା ମେହେରଙ୍କ ହତ୍ୟାକାଣ୍ଡ ଘଟଣା; ଏସପି ଅଫିସ ଘେରାଉ କଲା ମହିଳା କଂଗ୍ରେସ

କଳାହାଣ୍ଡି ମହାଲିଙ୍ଗ ସନସାଇନ ବିଦ୍ୟାଳୟର ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟାର ଦୃଢ ପ୍ରତିବାଦ କରିବା ସହିତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଅଭିଯୋଗ କରି ଏହି ଆନ୍ଦୋଳନ କରାଯାଇଛି । ବିଦ୍ୟାଳୟର ପରିଚାଳକ ଗୋବିନ୍ଦ ସାହୁ ଏହି ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଆସାମୀ ହୋଇଥିବା ବେଳେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଅଭିଯୁକ୍ତକୁ ସୁରକ୍ଷା ଦେଉଥିବା ଅଭିଯୋଗ କରିଛି ମହିଳା କଂଗ୍ରେସ ।

ଏପରିକି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କେଉଁ ଉଦ୍ଦେଶ୍ୟରେ ସନସାଇନ ପବ୍ଳିକ ସ୍କୁଲରେ ରାତ୍ରୀ ଯାପନ କରୁଥିଲେ ଓ ଗୋବିନ୍ଦ ସାହୁଙ୍କ ସହିତ ତାଙ୍କର ଘନିଷ୍ଠତା ଏହି ହତ୍ୟାକାଣ୍ଡରେ ତାଙ୍କର ସଂପୃକ୍ତିକୁ ପଦାରେ ପକାଇଥିବା ଅଭିଯୋଗ କରିଛନ୍ତି । ସେହିପରି ଆଇନ ମନ୍ତ୍ରୀ ପ୍ରତାପ ଜେନା ଓ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍ଯ୍ୟକଳାପକୁ ସନ୍ଦେହ ଘେରକୁ ଟାଣିଥିବା ଅଭିଯୋଗ କରି ନିରପେକ୍ଷ ତଦନ୍ତ ପାଇଁ ସଂପୃକ୍ତ ବ୍ୟକ୍ତି ବିଶେଷ ନିଜ ନିଜ ପଦ ପଦବୀରୁ ଇସ୍ତଫା ଦେବାକୁ ଦାବି କରିଛନ୍ତି ମହିଳା ନେତ୍ରୀ ମାନେ।

ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଛି ଜିଲ୍ଲା ମହିଳା କଂଗ୍ରେସ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details