ସୁବର୍ଣ୍ଣପୁର: ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବାଗବର ପୋଲ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି ।
ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର - one died in road accident of sunarnapur
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବାଗବର ପୋଲ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...
![ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର ସଡକ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର](https://etvbharatimages.akamaized.net/etvbharat/prod-images/768-512-8789071-thumbnail-3x2-accident.jpg)
ମୃତକ ଜଣକ ହେଲେ ବାଗବର ଗାଁର ସତ୍ୟନାରାୟଣ ବିଶ୍ବାଳ । ସେ ଘରୁ ଜଟେସିଂହା ବାଲିଘାଟକୁ ଯାଉଥିବାବେଳେ ବାଗବର ପୋଲ ଉପରେ ସୁବଳୟା ପଟୁ ଆସୁଥିବା ଏକ ବାଇକରେ ମୁହାଁମୁହିଁ ଧକ୍କା ଲାଗିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଛି । ଖବର ପାଇ ଅଗ୍ନିଶମ ବିଭାଗ ଉଭୟ ମୃତ ଓ ଆହତ ବ୍ୟକ୍ତିଙ୍କୁ ଡାକ୍ତରଖାନାକୁ ଆଣିଥିଲେ । ଅନ୍ୟ ବାଇକ ଆରୋହୀ ଜଣକ ଗୁରୁତର ଅବସ୍ଥାରେ ବୀରମହାରାଜପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଘଟଣାସ୍ଥଳରେ ବୀରମହାରାଜପୁର ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଧିକ ଅନୁସନ୍ଧାନ କରୁଛି ।
ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ