ଓଡିଶା

odisha

ETV Bharat / state

ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ: ଅଧ୍ୟକ୍ଷାଙ୍କ ଚେତାବନୀ, ଅବହେଳା କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ - ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ଡିଆରଡିଏ ସମ୍ବିଳନୀ କକ୍ଷରେ ଜିଲ୍ଲା ପରିଷଦ ବୈଠକ ଆୟୋଜିତ । କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କଲେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅଧ୍ୟକ୍ଷା ଅଧିକାରୀମାନଙ୍କୁ ଚେତାବନୀ ଦେଇଛନ୍ତି । ଅଧିକ ପଢନ୍ତୁ...

ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ: ଅଧ୍ୟକ୍ଷାଙ୍କ ଚେତାବନୀ, ଅବହେଳା କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ: ଅଧ୍ୟକ୍ଷାଙ୍କ ଚେତାବନୀ, ଅବହେଳା କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

By

Published : Nov 13, 2020, 2:38 AM IST

ସୁବର୍ଣ୍ଣପୁର: ଜିଲ୍ଲା ଡିଆରଡିଏ ସମ୍ବିଳନୀ କକ୍ଷରେ ଜିଲ୍ଲା ପରିଷଦ ବୈଠକ ଆୟୋଜିତ ହୋଇଛି । ଜିଲ୍ଲାପରିଷଦ ଅଧ୍ୟକ୍ଷା ଉଷାକୁମାରୀଙ୍କ ପୌରହିତ୍ୟରେ ଆୟୋଜିତ ଏହି ବୈଠକରେ ବଲାଙ୍ଗୀର ଲୋକସଭା ସାଂସଦ ସଂଗୀତା କୁମାରୀ ସିଂହଦେଓ, ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ ।

ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ: ଅଧ୍ୟକ୍ଷାଙ୍କ ଚେତାବନୀ, ଅବହେଳା କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ବୈଠକରେ ସହରାଞ୍ଚଳ ଓ ଗ୍ରାମାଞ୍ଚଳ ପାନୀୟ ଜଳ, କୃଷି, ଉଦ୍ୟାନ କୃଷି, ମତ୍ସ୍ୟ ବିଭାଗ ପଶୁସମ୍ପଦ ,ପ୍ରାଥମିକ ଶିକ୍ଷା ଆଦିର ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରାଯାଇଥିଲା । ପ୍ରକଳ୍ପଗୁଡିକ ତ୍ବରାନ୍ବିତ କରି ନିର୍ଦ୍ଧାରିତ ସମୟ ଭିତରେ ଶେଷ କରିବା ପାଇଁ ସାଂସଦ ନିର୍ଦେଶ ଦେଇଥିଲେ । କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କଲେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଅଧ୍ୟକ୍ଷା ଅଧିକାରୀମାନଙ୍କୁ ଚେତାବନୀ ଦେଇଛନ୍ତି ।

ତେବେ ଜିଲ୍ଲାରେ ଚାଲିଥିବା ଅନେକ ବିକାଶ ମୂଳକ ପ୍ରକଳ୍ପର ସମ୍ପୂର୍ଣ୍ଣ ବିବରଣୀ ସମୟ ଭିତରେ ପ୍ରଦାନ କରିବା ପାଇଁ ଜିଲ୍ଲାପାଳ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ।

ସୁବର୍ଣ୍ଣପୁରରୁ ତୀର୍ଥବାସୀ ପଣ୍ଡା, ଇଟିଭି ଭାରତ

ABOUT THE AUTHOR

...view details