ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ବ୍ଲକ ଶିକ୍ଷକ ସନ୍ତୋଷ ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ ।
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର ଓ ସୁବର୍ଣ୍ଣପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ମିଳିତ ଭାବେ ଚଢାଉ କରାଯାଇଛି । ସନ୍ତୋଷ ସାହୁଙ୍କ ପୈତୃକ ଘର କେଞ୍ଝିରିଆପାଲି ସମେତ ଲାତୁରପେଟରେ ଥିବା ଅନ୍ୟ ଏକ ଘରେ ଏକା ସଙ୍ଗରେ ଚଢାଉ ଚାଲିଛି । ସନ୍ତୋଷ ସାହୁ ବର୍ତ୍ତମାନ ପଥରଘାଟ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି ।