ଓଡିଶା

odisha

ETV Bharat / state

ଆସିଷ୍ଟାଣ୍ଟ କଲେକ୍ଟର ମୃତ୍ୟୁ ଘଟଣା, ରାଜ୍ୟ ମାନବାଧିକାର କମିସନରେ ମାମଲା ରୁଜୁ - ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ

ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା । ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ କଲେ ମାମଲା ରୁଜୁ । ଅଧିକ ପଢନ୍ତୁ

ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା
ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା

By ETV Bharat Odisha Team

Published : Oct 1, 2023, 4:35 PM IST

ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା

ରାଉରକେଲା: ରାଉରକେଲା ଆସିଷ୍ଟାଣ୍ଟ କଲେକ୍ଟର ମୃତ୍ୟୁ ମାମଲା । ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ପହଞ୍ଚିଲା ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ମାମଲା । ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି ସୁବ୍ରତ କୁମାର ଦାଶ ମାମଲା ରୁଜୁ କରିଛନ୍ତି । ପୁରା ଘଟଣାର ତଦନ୍ତ ଓ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ସହିତ ମୃତ ସୁସ୍ମିତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି । ଏଥିସହ ରାଉରକେଲା ଏସପି ଓ ପୋଲିସ ଡିଜିଙ୍କୁ ପକ୍ଷଭୁକ୍ତ କରାଯାଇଛି ।

ତେବେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ରାଜଗାଙ୍ଗପୁର ବ୍ଲକ ରମାବାହାଲ ଗାଁର ସୁସ୍ମିତା ମିଞ୍ଜ ସହକାରୀ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ । ଗତ ୧୯ ତାରିଖରେ ସୁସ୍ମିତାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ଏହି ଘଟଣା ବରିଷ୍ଠ ଅଧିକାରୀମାନେ ସଂଶ୍ଲିଷ୍ଟ ଥିବା ନେଇ ପରିବାରବର୍ଗ ସଙ୍ଗିନ ଅଭିଯୋଗ ଆଣିଛନ୍ତି । ଶ୍ବାସରୁଦ୍ଧ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି । ତେବେ ସୁସ୍ମିତାଙ୍କ ଶରୀରରେ ଏକାଧିକ ସ୍ଥାନରେ କ୍ଷତ ଚିହ୍ନ ରହିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ ଯାହାକୁ ନେଇ ସନ୍ଦେହ ବଢ଼ିବାରେ ଲାଗିଛି । ଏହି ଘଟଣାର ନିରପେକ୍ଷ ତଦନ୍ତ ହେଲେ ହିଁ ପ୍ରକୃତ ସତ୍ୟାସତ୍ୟ ପଦାକୁ ଆସିବ ଓ ଦୋଷୀ ଉଚିତ ଦଣ୍ଡ ପାଇବ ବୋଲି କହିଛନ୍ତି ପରିବାର ଲୋକେ ।

ଏହା ମଧ୍ୟ ପଢନ୍ତୁ- ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମିଞ୍ଜଙ୍କ ମୃତ୍ୟୁ ଘଟଣା, ସିବିଆଇ ତଦନ୍ତ ଦାବି କଲା ଆଦିବାସୀ ସଂଘ

ଅନ୍ୟପଟେ ଏନେଇ ଏନେଇ ବିହିତ ପଦକ୍ଷେପ ନେବାକୁ ଜାତୀୟ ମାନବାଧିକାର କମିସନଙ୍କୁ ନିବେଦନ କରାଯାଇଛି । ତେବେ ସରକାର ଏହାକୁ ନିରପେକ୍ଷ ତଦନ୍ତ କରନ୍ତୁ ନଚେତ CBIକୁ ଏହି ଘଟଣା ତଦନ୍ତ ଭାର ଦିଆଯାଉ ବୋଲି ପରିବାର ଲୋକେ ଦାବି କରିଛନ୍ତି । ସେପଟେ HRPC ହସ୍ତକ୍ଷେପ ପରେ ନୂଆ ତଦନ୍ତକାରୀ DSP ବିନିତା ମାଝୀ କାର୍ଯ୍ୟରେ ଯୋଗ ଦେଇଛନ୍ତି । ତେଣୁ ସୁନ୍ଦରଗଡ଼ ଜିଲ୍ଲାପାଳ ଏବଂ ରାଉରକେଲା ଅତିରିକ୍ତ ଜିଲ୍ଲାପାଳଙ୍କ ଉପରୁ ଏହି ଅଭିଯୋଗକୁ ହଟାଇ ଦେଇ କେବଳ ଅପମୃତ୍ୟୁ ମାମଲାର ତଦନ୍ତ କରିବା ପାଇଁ ନୂଆ DSP ଯୋଗ ଦେଇଥିବା ନେଇ ଅଭିଯୋଗ କରିଛନ୍ତି ପରିବାର ଲୋକ । ବର୍ତ୍ତମାନ ସବୁଆଡୁ ପୋଲିସର କାର୍ଯ୍ୟକଳାପକୁ ନେଇ ପ୍ରଶ୍ନ ଉଠୁଥିବା ବେଳେ ପରିବାର ଲୋକଙ୍କ ଠାରୁ ନେଇ ରାଜନେତା ଯାଏଁ ସମସ୍ତେ ସିବିଆଇ ତଦନ୍ତ ନେଇ ତଦନ୍ତ ନେଇ ଦାବି କରିଛନ୍ତି ।

ଇଟିଭି ଭାରତ, ରାଉରକେଲା

ABOUT THE AUTHOR

...view details