ଓଡିଶା

odisha

ETV Bharat / state

Rahul Gandhi Disqualified: ଇସ୍ପାତ ନଗରୀରେ କେନ୍ଦ୍ର ସରକାର ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଲା କଂଗ୍ରେସ - ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ରଦ୍ଦ ପ୍ରସଙ୍ଗ

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ରଦ୍ଦ ନେଇ ରାଉରକେଲାରେ ଆନ୍ଦୋଳନକୁ ଓହ୍ଲାଇଲା କଂଗ୍ରେସ । ଅଧିକ ପଢ଼ନ୍ତୁ

congress protest in Rourkela
ରାଉରକେଲାରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

By

Published : Mar 24, 2023, 8:50 PM IST

କେନ୍ଦ୍ର ସରକାର ବିରୋଧରେ ଆନ୍ଦୋଳନକୁ ଓହ୍ଲାଇଲା କଂଗ୍ରେସ

ରାଉରକେଲା:କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ରଦ୍ଦ ପ୍ରସଙ୍ଗକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛି ଦଳ । କେନ୍ଦ୍ର ସରାକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଏହି କ୍ରମରେ ରାଉରକେଲାରେ କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯାଇଛି । କେନ୍ଦ୍ର ସରକାର ମନମୁଖୀ ଶାସନ କରି ନିଜ ବିରୋଧୀଙ୍କୁ ହଇରାଣ କରିବାକୁ ଏପରି କାର୍ଯ୍ୟ କରିଥିବା କଂଗ୍ରେସ ଅଭିଯୋଗ କରିଛି ।

ଲୋକସଭା ବାଚସ୍ପତି ରାହୁଲ ଗାନ୍ଧୀଙ୍କ ସାଂସଦ ସଦସ୍ୟତାକୁ ରଦ୍ଦ କରିବା ପରେ ସାରା ଦେଶରେ କଂଗ୍ରେସ ଆକ୍ରମଣାତ୍ମକ ମୁଦ୍ରାକୁ ଆସିଛି । ଏନେଇ କଂଗ୍ରେସ କହିଛି, "ଯେତେବେଳେ ହାଇକୋର୍ଟ ୩୦ ଦିନ ପାଇଁ ନୋଟିସ ପିରିୟଡ ରଖିଛନ୍ତି, ଯାହା ଜେଲ ଦଣ୍ଡକୁ ମଧ୍ୟ ଖାରଜ କରିପାରନ୍ତି । ତେବେ ଏହାରି ମଧ୍ୟରେ କେନ୍ଦ୍ର ସରକାର ପ୍ଲାନିଂ କରି ଲୋକସଭା ସଦସ୍ୟତାକୁ ଅଯୋଗ୍ୟ ଘୋଷଣା କରାଇବା ଏକ ନିନ୍ଦନୀୟ କାର୍ଯ୍ୟ କରିଛନ୍ତି । ଲୋକସଭା ସଚିବାଳୟ ଜଣେ ସାଂସଦଙ୍କୁ ଅଯୋଗ୍ୟ ଘୋଷଣା କରିପାରିବେ ନାହିଁ । ଏଥିପାଇଁ ରାଷ୍ଟ୍ରପତି, ନିର୍ବାଚନ ଆୟୋଗଙ୍କ ପରାମର୍ଶ ନେଇ ଚୂଡ଼ାନ୍ତ ନିଷ୍ପତ୍ତି ନେବେ । ତେବେ ଏହି ପରିପ୍ରେକ୍ଷୀରେ କିଭଳି ଭାବେ ରାହୁଲ ଗାନ୍ଧୀଙ୍କ ସଦସ୍ୟତା ଖାରଜ କରିଛନ୍ତି ଲୋକସଭା ସଚିବାଳୟ ତାହା ଏକ ପ୍ରଶ୍ନବାଚୀ । ଏଭଳି ଗଣତାନ୍ତ୍ରିକ ରାଷ୍ଟ୍ରରେ ଏକଛତ୍ରବାଦୀ ଶାସନ କାହିଁକି କରୁଛନ୍ତି କେନ୍ଦ୍ର ସରକାର ତାହାକୁ ନେଇ ପ୍ରଶ୍ନ କରୁଛି ରାଉରକେଲା କଂଗ୍ରେସ ଦଳ।" ତେବେ ଆଗାମୀ ଦିନରେ କେନ୍ଦ୍ର ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିବ ବୋଲି କଂଗ୍ରେସ କହିଛି । ଆଗାମୀ ଦିନରେ କଂଗ୍ରେସ କେନ୍ଦ୍ର ସରକାରଙ୍କ ଏଭଳି ନୀତିକୁ ନେଇ ଲୋକଙ୍କ ପାଖରେ ପହଞ୍ଚିବ ଏବଂ ରାଜରାସ୍ତାକୁ ଓହ୍ଲାଇବ ବୋଲି କଂଗ୍ରେସ ଚେତାବନୀ ଦେଇଛି ।

ପ୍ରକାଶ ଥାଉକି, କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସାଂସଦ ସଦସ୍ୟତାକୁ ରଦ୍ଦ କରିଛନ୍ତି ଲୋକସଭା ବାଚସ୍ପତି। ସୁରଟ ସେସନ କୋର୍ଟ 'ମୋଦି' ସାଙ୍ଗିଆକୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ମାମଲାରେ ଗୁରୁବାର ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ପରେ ଲୋକସଭା ବାଚସ୍ପତି ଏହି ପଦକ୍ଷେପ ନେଇଛନ୍ତି । ରାହୁଲ ଗାନ୍ଧୀ ୨୦୧୯ ମସିହାର ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨ ବର୍ଷ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେବା ଯୋଗୁଁ ଲୋକସଭା ସଦସ୍ୟତା ହରାଇଛନ୍ତି ବୋଲି ଲୋକସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ଜନପ୍ରତିନିଧି ଆଇନର ଧାରା ୧୦୨( ୧)(G)ରେ ଥିବା ବ୍ୟବସ୍ଥା ଅନୁଯାୟୀ ରାହୁଲ ଗାନ୍ଧୀ ୨୩ ମାର୍ଚ୍ଚଠାରୁ ଆଉ ଲୋକସଭା ସଦସ୍ୟ ରହି ପାରିବେ ନାହିଁ । କେରଳର ୱାୟାନାଡ ସଂସଦୀୟ ବିଧାନସଭା ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହେବା ପରେ ଆଜି ଲୋକସଭା ସଚିବାଳୟ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇ ତାଙ୍କୁ ଅଯୋଗ୍ୟ ଘୋଷଣା କରାଯାଇଛି ।

ଇଟିଭି ଭାରତ, ରାଉରକେଲା

ABOUT THE AUTHOR

...view details