ଓଡିଶା

odisha

ETV Bharat / state

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ - ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ହକି ଇଣ୍ଡିଆର ପ୍ରତିନିଧି

ରାଉରକେଲା ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିଛନ୍ତି ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ । ଅଧିକ ପଢ଼ନ୍ତୁ

ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ
ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିଲେ ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ

By

Published : Oct 21, 2022, 12:55 PM IST

ରାଉରକେଲା:ରାଉରକେଲା ବିପିୟୁଟି କ୍ୟାମ୍ପସରେ ଚାଲିଥିବା ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ବୁଲି ଦେଖିଛନ୍ତି ହକି ଇଣ୍ଡିଆର ଉଚ୍ଚ ପ୍ରତିନିଧି ଦଳ । ଏହି ଟିମ୍ ମୁଖ୍ୟ ଷ୍ଟାଡିୟମ ସହିତ ଦର୍ଶକ ଗ୍ୟାଲେରି, ଅଭ୍ୟାସ ପଡ଼ିଆ, ଖେଳାଳୀଙ୍କ ରହଣୀସ୍ଥଳ, ଚେଞ୍ଜିଙ୍ଗ ରୁମ ଆଦି ଦେଖିଥିଲେ ।

ଏହି ପ୍ରତିନିଧି ଦଳରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲ୍ଲୀପ ତିର୍କୀ, ସାଧାରଣ ସମ୍ପାଦକ ଭୋଳାନାଥ ସିଂହ ଏବଂ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ କମାଣ୍ଡର ଆର. କେ. ଶ୍ରୀବାସ୍ତବ ଆସିଥିଲେ । ହକି ବିଶ୍ୱକପକୁ ସ୍ମରଣୀୟ କରିବା ଲାଗି ଓଡ଼ିଶା ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ସେମାନେ ପ୍ରଶଂସା କରିଥିଲେ ।

ହକି ବିଶ୍ୱକପକୁ ସ୍ମରଣୀୟ କରିବା ଲାଗି ଓଡ଼ିଶା ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପକୁ ସେମାନେ ପ୍ରଶଂସା କରିଥିଲେ । ୨୦୨୩ ହକି ବିଶ୍ୱକପର ସଫଳ ଆୟୋଜନ ସମ୍ପର୍କରେ ସୁନ୍ଦରଗଡ଼ ଜିଲ୍ଲା ହକି ଆସୋସିଏସନର କର୍ମକର୍ତ୍ତାଙ୍କ ସହ ହକି ଇଣ୍ଡିଆର ପ୍ରତିନିଧି ଦଳ ଆଲୋଚନା କରିଥିଲେ । ହକିର ଗଡ଼ ସୁନ୍ଦରଗଡ଼ରେ ପ୍ରଥମ ଥର ପାଇଁ ବିଶ୍ୱକପ୍ ଆୟୋଜନ ହେବାକୁ ଯାଉଛି । ତେଣୁ ଏହାକୁ ସ୍ମରଣୀୟ କରିବା ଉପରେ ପ୍ରତିନିଧି ଦଳ ବିଶେଷ ଗୁରୁତ୍ୱ ଦେଇଛନ୍ତି ।

ଏ ସମ୍ପର୍କରେ ହକି ଇଣ୍ଡିଆ ସଭାପତି ପଦ୍ମଶ୍ରୀ ଡକ୍ଟର ଦିଲ୍ଲୀପ ତିର୍କୀ କହିଛନ୍ତି, ''ରାଉରକେଲାରେ ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମ ନିର୍ମାଣ କରାଯାଉଛି। ଏହାର କାମ ମଧ୍ୟ ଜୋରସୋରରେ ଚାଲିଛି । ହକି ବିଶ୍ୱକପ ପାଇଁ ବିଭିନ୍ନ ପ୍ରସ୍ତୁତି ନେଇ ହକି ଇଣ୍ଡିଆ ଖୁସି ପ୍ରକଟ କରିଛନ୍ତି'' । ୨୦୨୩ ଜାନୁଆରୀ ମାସରେ ହେବାକୁ ଥିବା ହକି ବିଶ୍ୱକପର ଆୟୋଜକ ରହିଛି ଓଡ଼ିଶା । ଭୁବନେଶ୍ୱର ସହିତ ରାଉରକେଲାରେ ବିଶ୍ୱକପର ବିଭିନ୍ନ ମ୍ୟାଚ ଖେଳାଯିବ। ଏଥିପାଇଁ ରାଉରକେଲାରେ ଭାରତର ସବୁଠୁ ବଡ଼ ହକି ଷ୍ଟାଡିୟମ ନିର୍ମାଣ କରାଯାଉଛି । ନୂଆ ଷ୍ଟାଡିୟମର ଦର୍ଶକ କ୍ଷମତା ୨୦ ହଜାରରୁ ଅଧିକ ହେବ ।

ହକି ଇଣ୍ଡିଆର ଏହି ଉଚ୍ଚ ପ୍ରତିନିଧି ଦଳ ରାଉରକେଲାରେ ପହଞ୍ଚିବା ପରେ ସେମାନଙ୍କୁ ସୁନ୍ଦରଗଡ଼ ଜିଲ୍ଲା ହକି ଆସୋସିଏସନ ପକ୍ଷରୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ୨୦୨୩ ହକି ବିଶ୍ୱକପର ସଫଳ ଆୟୋଜନ ସମ୍ପର୍କରେ ଜିଲ୍ଲା ହକି ଆସୋସିଏସନର କର୍ମକର୍ତ୍ତାଙ୍କ ସହ ହକି ଇଣ୍ଡିଆର ପ୍ରତିନିଧି ଦଳ ଆଲୋଚନା କରିଥିଲେ । ହକିର ଗଡ଼ ସୁନ୍ଦରଗଡ଼ରେ ପ୍ରଥମ ଥର ପାଇଁ ବିଶ୍ୱକପ୍ ଆୟୋଜନ ହେବାକୁ ଯାଉଛି। ତେଣୁ ସ୍ମରଣୀୟ ତଥା ଆକର୍ଷଣୀୟ କରିବା ଉପରେ ପ୍ରତିନିଧି ଦଳ ବିଶେଷ ଗୁରୁତ୍ୱ ଦେଇଛନ୍ତି ।

ଇଟିଭି ଭାରତ, ସୁନ୍ଦରଗଡ଼

For All Latest Updates

TAGGED:

ABOUT THE AUTHOR

...view details