ସୁନ୍ଦରଗଡ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଦ୍ଦେର୍ଶକ୍ରମେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଗସ୍ତରେ ଯାଇଥିଲେ ।
ଏଥିସହ ଜାତୀୟ ସ୍ୱାସ୍ଥ୍ୟ ମିଶନ, ଓଡ଼ିଶା ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା କ୍ରୀଡ଼ା ବିଭାଗ ସଚିବ ଆଜି (ବୁଧବାର) ରାଉରକେଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ । ହେଲେ ଏହି ଗସ୍ତକୁ ବିଜେପି କର୍ମୀମାନେ ବିଶ୍ରା ଛକରେ ବିରୋଧ କରିବା ସହ ବିଭିନ୍ନ ନାରା ବାଜି କରିଥିଲେ ।