ଓଡିଶା

odisha

ETV Bharat / videos

ପୁଣି ଆସୁଛି ବର୍ଷା, ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି - ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି

By

Published : Aug 31, 2020, 8:17 PM IST

ଭୁବନେଶ୍ବର: ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି । ଗଜପତି ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା କାଲି ଠାରୁ ରାଜ୍ୟରେ ବର୍ଷା ଆଶଙ୍କା ରହିଛି । ଏବେ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ଗୋଟିଏ ପଟେ ପ୍ରବଳ ବନ୍ୟା ପରେ ୨୦ ଟି ଜିଲ୍ଲାରେ ବନ୍ୟାର ତାଣ୍ଡବ ଲୀଳା ଲାଗିରହିଛି ଏବଂ ଆଉ ଗୋଟିଏ ପଟେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ସରକାରଙ୍କ ଚିନ୍ତା ଦୁଇ ଗୁଣିତ କରିବ ।ଆସନ୍ତା 24 ଘଣ୍ଟା ମଧ୍ୟରେ ଅର୍ଥାତ ସେପ୍ଟେମ୍ବର 1 ତାରିଖ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡଘଡି ଏବଂ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ABOUT THE AUTHOR

...view details