ଶ୍ରୀମନ୍ଦିର ଦ୍ୱାର ଫିଟା ଓ ଶ୍ରୀଜିଉଙ୍କ ମଙ୍ଗଳ ଆଳତୀ
ପୁରୀ: ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି । ତେବେ ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟା କରାଯାଇଛି । ଏହାପରେ ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନ ମଙ୍ଗଳ ଆଳତୀ । ଏହି ସମୟରେ ନିକଟରେ ଠିଆ ହୋଇଥିବା ଭକ୍ତଙ୍କ ମୁଖରୁ ଓଁ ନମଃ ଭଗବତେ ବାସୁଦେବାୟ ଶୁଣିବାକୁ ମିଳୁଛି । ତେବେ ସକାଳୁ ସକାଳୁ ଏହି ଆଳତୀ ଦେଖିବା ଦ୍ବାରା ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ