ଫୁଲୁଛି ହାତୀ ନଦୀ: ଆତଙ୍କିତ ନଦୀକୂଳିଆ ଲୋକେ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ । ଆଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାକୁ ରେଡ଼ ୱାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଜିଲ୍ଲାରେ ଏଯାବତ ପ୍ରାୟ ୩୦୦ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଜୁନାଗଡ଼ ବ୍ଲକରେ ସର୍ବାଧିକ ୧୪୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ସେପଟେ ଲଗାଣ ବର୍ଷା ଯୋଗୁଁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ଜଳ ନିଷ୍କାସନ ସାଙ୍ଗକୁ ଲଗାଣ ବର୍ଷା ଯୋଗୁଁ ହାତୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଫଳରେ ଜୁନାଗଡ ବ୍ଲକ ଦେଇ ପ୍ରବାହିତ ହେଉଥିବା ହାତୀ ନଦୀର ଜଳସ୍ତର ବୃଦ୍ଧି ପାଉଛି । ହାତୀ ନଦୀରେ ବନ୍ୟା ଜଳ ଆସିବା ଯୋଗୁଁ ନଦୀକୂଳିଆ ଲୋକେ ଏବେ ଭୟଭୀତ ଅବସ୍ଥାରେ ରହିଛନ୍ତି । ସେପଟେ ଅନେକ ଚାଷ ଜମି ଜଳମଗ୍ନ ହୋଇଥିବାରୁ ଚିନ୍ତାରେ ଚାଷୀ । ଇଟିଭି ଭାରତ, କଳାହାଣ୍ଡି
Last Updated : Feb 3, 2023, 8:26 PM IST