Mangala Alati: ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ
ପୁରୀ: ଓଁ ନମୋ ଭଗବତେ ବାସୁଦେବାୟ । ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ଉଠ ଉଠ ହେ ମଣିମା ହୁଅ ସଦୟ । ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି । ଦ୍ବାରଫିଟା ନୀତି ସମ୍ପର୍ଣ୍ଣ ପରେ ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନଙ୍କ ମଙ୍ଗଳ ଆଳତୀ । ଏହି ସମୟରେ ନିକଟରେ ଠିଆ ହୋଇଥିବା ଭକ୍ତଙ୍କ ମୁଖରୁ ଓଁ ନମଃ ଭଗବତେ ବାସୁଦେବାୟ ଶୁଣିବାକୁ ମିଳୁଛି । ତେବେ ସକାଳୁ ଏହି ଆଳତୀ ଦେଖିବା ଦ୍ବାରା ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ତାର ଚକା ଆଖିକୁ ଦେଖିଲେ ଭାବ ବିହ୍ବଳ ହୋଇ ପଡନ୍ତି ଭକ୍ତ ।
ଇଟିଭି ଭାରତ, ପୁରୀ