ଓଡିଶା

odisha

mangala alati

ETV Bharat / videos

ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ପ୍ରଭାତରେ କରନ୍ତୁ ଦିବ୍ୟ ଦର୍ଶନ - ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ

By ETV Bharat Odisha Team

Published : Dec 13, 2023, 7:09 AM IST

ପୁରୀ: କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥ । ନିରାଶର ଆଶା ସେ ଅନାଥର ନାଥ । ସକାଳୁ ସକାଳୁ ସବୁଦିନ ଶ୍ରୀମନ୍ଦିରରେ ପତିତପାବନଙ୍କ ଆଳତୀ ହୋଇଥାଏ । ପ୍ରତିଟି ଭକ୍ତ ଆଳତୀ ନେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଭିଡ଼ ଜମାଇଥାନ୍ତି । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡ଼ି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଥିଲା । ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଥିଲା ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଭଗବାନଙ୍କ ଅପାର କରୁଣା ପୂଣ୍ୟପ୍ରାପ୍ତି ହୋଇଥାଏ । କଳା ସାଆନ୍ତଙ୍କୁ ଦର୍ଶନ କରିବା ପାଇଁ ଆତୁର ଭକ୍ତ । ଦୂରଦୂରାନ୍ତରରୁ ସାତ ଦରିଆ ତେର ନଈ ଡେଇଁ ଶ୍ରୀକ୍ଷେତ୍ର ଆସିଥାନ୍ତି ଭକ୍ତ । ଶ୍ରୀକ୍ଷେତ୍ରରେ ପ୍ରତିବର୍ଷ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ହୁଏ । ବର୍ଷକୁ ଥରେ ଶ୍ରୀମନ୍ଦିରରୁ ବାହାରକୁ ଆସନ୍ତି ମହାପ୍ରଭୁ । 

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details