ଓଡିଶା

odisha

ETV Bharat / videos

ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା - berahampur muncipal corporation

🎬 Watch Now: Feature Video

ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ବିକ୍ରମ

By

Published : Jun 24, 2023, 10:48 PM IST


ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ହେଲେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଗଞ୍ଜାମ ଜିଲ୍ଲାର ଯୋଜନା ବୋର୍ଡର ଅଧ୍ୟକ୍ଷ ରୂପେ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଏହି ଦାୟିତ୍ୱ ପ୍ରଦାନ କରାଯାଇଛି। ତେବେ ଏହି ନୂତନ ଦାୟିତ୍ୱ ପ୍ରଦାନ କରାଯିବା ପରେ ବିଧାୟକଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ନୂତନ ଅଧ୍ୟକ୍ଷଙ୍କ ଦାୟିତ୍ୱ ଗ୍ରହଣ ପରେ ଗଞ୍ଜାମ ଜିଲ୍ଲାର ବିକାଶ ତ୍ୱରାନ୍ୱିତ ହେବ ବୋଲି ବିଭିନ୍ନ ମହଲରେ ମତପ୍ରକାଶ ପାଇଛି।  ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟ, ଜଳସେଚନ ଭଳି ବିଭିନ୍ନ ବିଷୟ ଉପରେ ଗୁରୁତ୍ୱ ଦିଆଯିବ ବୋଲି ଇଟିଭି ଭାରତ ସହିତ ଆଲୋଚନା ସମୟରେ କହିଛନ୍ତି ଜିଲ୍ଲା ଯୋଜନା ବୋର୍ଡର ନୂତନ ଅଧ୍ୟକ୍ଷ  । 

ଏହି ଅବସରରେ ବ୍ରହ୍ମପୁର ମହାନଗର ନିଗମର ମେୟର ସଙ୍ଘମିତ୍ରା ଦଳେଇ , ଜିଲ୍ଲା ପରିଷଦର ଉପାଧ୍ୟକ୍ଷା ରାଜେଶ୍ୱରୀ ଦୋରା , ବରିଷ୍ଠ ବିଜେଡି ନେତା ଭୀମସେନ ଦଳେଇଙ୍କ ସମେତ ଦଳର ବହୁ ନେତୃବୃନ୍ଦ ଏବଂ ବ୍ରହ୍ମପୁର ମହାନଗର ନିଗମର କର୍ପୋରେଟରମାନେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡାଙ୍କ ନିକଟରେ ପହଞ୍ଚି ଶୁଭେଚ୍ଛା ଜଣାଇଛନ୍ତି । ଗଞ୍ଜାମ ଜିଲ୍ଲାକୁ ସର୍ବଶ୍ରେଷ୍ଠ ଜିଲ୍ଲା ଭାବରେ ଗଢିତୋଳିବା ପାଇଁ ସେ କାର୍ଯ୍ୟ କରିବେ ବୋଲି କହିଛନ୍ତି । ପୂର୍ବରୁ ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବରେ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ , ବ୍ରହ୍ମପୁରର ପୂର୍ବତନ ବିଧାୟକ ଡା.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଦାୟିତ୍ୱରେ ରହିଥିଲେ। 

ଇଟିଭି ଭାରତ, ବ୍ରହ୍ମପୁର

ABOUT THE AUTHOR

...view details