Dhauli@50: ବିଶ୍ୱଶାନ୍ତି ଉଦ୍ଦେଶ୍ୟରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ, ଖୁସିବ୍ୟକ୍ତ କଲେ ମନ୍ତ୍ରୀ-ଅଧିକାରୀ - ସରକାରଙ୍କ ବରିଷ୍ଠ ଅଧିକାରୀ
ଭୁବନେଶ୍ବର: ବିଶ୍ବ ଶାନ୍ତି ଏବଂ ସୌହାର୍ଦ୍ଦ୍ୟର ବାର୍ତ୍ତା ଦେଇ ବିଶ୍ବ ଇତିହାସର ଗତି ବଦଳାଇ ଦେଇଥିବା ଧଉଳି ଶାନ୍ତିସ୍ତୁପକୁ ପୂରିଛି ୫୦ବର୍ଷ । ଶାନ୍ତିସ୍ତୁପ ସୁବର୍ଣ୍ଣ ଜୟନ୍ତୀ ପାଳନ କରୁଥିବା ବେଳେ ଦେଶ ବିଦେଶରୁ ୧୦୦ରୁ ଅଧିକ ବୌଦ୍ଧ ଧର୍ମାବଲମ୍ବୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ସରକାରଙ୍କ ପକ୍ଷରୁ ପ୍ରାୟ ୨କୋଟି ଟଙ୍କା ଅନୁଦାନରେ ଏହାର ମରାମତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ କରାଯାଇଛି। ଖୁବଶୀଘ୍ର ଏହି କାର୍ଯ୍ୟ ଆରମ୍ଭ ହେବ ବୋଲି ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି । ସେପଟେ ଧଉଳିର ସୌନ୍ଦର୍ଯ୍ୟକରଣକୁ ନେଇ ମୁଖ୍ୟମନ୍ତ୍ରୀ ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ବର ମେୟର ସୁଲୋଚନା ଦାସ । ଇଟିଭି ଭାରତ, ଭୁବନେଶ୍ବର
Last Updated : Feb 3, 2023, 8:30 PM IST