ଆଦିତ୍ୟ ଦାସ ମୃତ୍ୟୁ ମାମଲା, ମାସକରେ ରିପୋର୍ଟ ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ - manaba premi aditya dash death case news today
କଟକ: ସମାଜସେବୀ ତଥା ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ ଏକ ମାସ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲା ହାଇକୋର୍ଟ । ଏ ନେଇ ପରିବାର ଲୋକେ ହାଇକୋର୍ଟରେ କରିଥିଲେ ଆବେଦନ । ସମାଜସେବୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣାର ଆଗତ ମାମଲାକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଆଦିତ୍ୟ ଦାସଙ୍କ ପରିବାର ପକ୍ଷରୁ ଆଗତ ଏହି ମାମଲାର ଶୁଣାଣି କରି ହାଇକୋର୍ଟ, ଆଜି ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ମାସ ମଧ୍ୟରେ ଷ୍ଟାଟସ ରିପୋର୍ଟ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏକ ମାସ ପରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ। ସୂଚନାଯୋଗ୍ୟ ସମାଜସେବୀ ଆଦିତ୍ୟ ଦାସଙ୍କ ମୃତ୍ୟୁର ତଦନ୍ତ ପାଇଁ ସିବିଆଇ ତଦନ୍ତ ଦାବିକରି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ମୃତ ଆଦିତ୍ୟଙ୍କ ପରିବାର ଲୋକ।