ଓଡିଶା

odisha

ETV Bharat / videos

ବନ୍ୟା ପ୍ରଭାବିତଙ୍କୁ ମିଳିବ 50 କେଜି ଚାଉଳ, ଆକାଶମାର୍ଗରୁ ସ୍ଥିତି ପରଖିଲେ ନବୀନ - ବନ୍ୟାର ଭୟଙ୍କର ରୂପ

By

Published : Aug 31, 2020, 8:47 PM IST

ଭୁବନେଶ୍ବର: ଆକାଶମାର୍ଗରୁ ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ପରେ ଏକ ଉଚ୍ଚସ୍ତରୀୟ ବୈଠକରେ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମୀକ୍ଷା କରିଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସାମ୍ପ୍ରତିକ ବନ୍ୟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି । ଅନେକ ଗାଁରେ ବନ୍ୟା ଜଳ ପଶି ଥିବାବେଳେ ଅନେକ ଚାଷଜମି ଜଗମଗ୍ନ ଅବସ୍ଥାରେ ରହିଛି । ଘର ଭାଙ୍ଗିବା ସହ ରାସ୍ତା ଭାଙ୍ଗିଛି ଏବଂ ଅନେକ ସ୍ଥାନକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ଅନେକ ଛୋଟ ବନ୍ଧ ଭାଙ୍ଗିଛି । ସରକାରୀ ଭିତ୍ତିଭୂମି ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ।

ABOUT THE AUTHOR

...view details