ବରମୁଣ୍ଡା ବସଷ୍ଟାଣ୍ଡ ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ - ବରମୁଣ୍ଡା ବସଷ୍ଟାଣ୍ଡ
ଭୁବନେଶ୍ବର: ବରମୁଣ୍ଡା ବସଷ୍ଟାଣ୍ଡ ନବୀକରଣ କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରମୁଣ୍ଡା ବସଷ୍ଟାଣ୍ଡର ନବୀକରଣ ପରେ ଯାତ୍ରୀମାନେ ଅତ୍ୟାଧୁନିକ ସୁବିଧା ପାଇପାରିବେ। ପ୍ରାୟ ୧୮୦ କୋଟି ଟଙ୍କା ବ୍ୟୟରେ ନବୀକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।