ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ: 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ
ଭୁବନେଶ୍ବର: ୱେଲ ମାର୍କ ଲୋ ପ୍ରେସର ଏବେ ଦକ୍ଷିଣ ପଶ୍ଚିମ ଝାଡଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଆଡକୁ ମୁହାଁଉଛି। ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଓ ଏହାର ଆଖପାଖ ଅଞ୍ଚଳରେ ୱେଲ ମାର୍କ ଲୋ ପ୍ରେସର ରହିଛି। ଏହାର ପ୍ରଭାବରେ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ନୂଆପଡା, ବଲାଙ୍ଗୀର, ସୋନପୁର ଓ ନବରଙ୍ଗପୁର ଜିଲ୍ଲା ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ଆଗକୁ ବର୍ଷା କମିବ। ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ହେଉ ବା ଆଭ୍ୟନ୍ତରୀଣ ସବୁ ଆଡେ ବର୍ଷା ଲାଗିରହିଛି।