ଜିଲ୍ଲାରେ ପ୍ରଥମ ଥର ପାଇଁ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ - ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
ନବରଙ୍ଗପୁର: ଜିଲ୍ଲାରେ ପ୍ରଥମ ଥର ପାଇଁ ଆୟୋଜିତ ହୋଇଛି ନୂଆଁଖାଇ ଭେଟଘାଟ (nuakhai bhetghat in nabarangpur) । ନବରଙ୍ଗପୁର ଜିଲ୍ଲା ସଂସ୍କୃତି ବିଭାଗ ଦ୍ବାରା ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ର ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ। ଏହି ଅବସରରେ ସ୍ଥାନୀୟ କଳାକାର ପାରମ୍ପରିକ ଢେମସା ନୃତ୍ୟ ପରିବେଷଣ କରିଥିଲେ । ଇଟିଭି ଭାରତ, ନବରଙ୍ଗପୁର