ଓଡିଶା

odisha

ETV Bharat / videos

Municipal Election: ବ୍ରହ୍ମପୁରରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କେନ୍ଦ୍ରମନ୍ତ୍ରୀ ଟୁଡୁ - ବ୍ରହ୍ମପୁର ଖବର

By

Published : Mar 18, 2022, 4:11 PM IST

Updated : Feb 3, 2023, 8:20 PM IST

ବ୍ରହ୍ମପୁର: ପୌର ନିର୍ବାଚନ ପାଇଁ ସରଗରମ ରାଜନୀତି । ବ୍ରହ୍ମପୁର ମହାନଗର ନିଗମ ନିର୍ବାଚନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । କେନ୍ଦ୍ର ଆଦିବାସୀ ବ୍ୟାପର ଓ ଜଳଶକ୍ତି ମନ୍ତ୍ରୀ ବିଶେଶ୍ୱର ଟୁଡୁ ସହରର ଲାଞ୍ଜିପଲ୍ଲୀ ନିକଟବର୍ତ୍ତୀ ଢିପସାହି ଛକ ନିକଟରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ବିଭିନ୍ନ ୱାର୍ଡକୁ ପରିକ୍ରମା କରିଥିଲେ । ଏହାସହ ଦଳର ମେୟର ପ୍ରାର୍ଥୀ, କର୍ପୋଟେର ପ୍ରାର୍ଥୀ ଓ ପ୍ରାର୍ଥୀନୀଙ୍କ ପାଇଁ ପ୍ରଚାର କରିଥିଲେ । ବିଜେପିର ଏହି ପ୍ରଚାର ସମୟରେ ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ବିଭୂତି ଭୂଷଣ ଜେନା ,ବରିଷ୍ଠ ବିଜେପି ନେତା କାହ୍ନୁ ଚରଣ ପତିଙ୍କ ସମେତ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ସାମିଲ ହୋଇଥିଲେ । ଦଳ ଚଳିତ ପୌର ନିର୍ବାଚନରେ ଭଲ ପ୍ରଦର୍ଶନ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ। ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ
Last Updated : Feb 3, 2023, 8:20 PM IST

ABOUT THE AUTHOR

...view details