ETV Bharat / bharat

ଓଡ଼ିଆଙ୍କ ଅସ୍ମିତା ଉତ୍କଳ ଦିବସ : ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ - Utkal Divas

author img

By ETV Bharat Odisha Team

Published : Apr 1, 2024, 10:15 AM IST

Updated : Apr 1, 2024, 10:31 AM IST

Utkal Divas: ପବିତ୍ର ଉତ୍କଳ ଦିବସ ଅବସରରେ ଓଡିଶାକୁ ଛୁଟୁଛି ଶୁଭେଚ୍ଛାର ସୁଅ । ଏହି କ୍ରମରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି । ଅଧିକ ପଢନ୍ତୁ,

Utkal Divas
Utkal Divas

ହାଇଦ୍ରାବାଦ: ଆଜି ଉତ୍କଳ ଦିବସ । 1936 ମସିହା ଏପ୍ରିଲ 1 ତାରିଖ ଦିନ ଏକ ସ୍ବତନ୍ତ୍ର ରାଜ୍ୟ ଭାବେ ଗଢି ଉଠିଥିଲା ଓଡିଶା । ଓଡିଆ ଜାତିର ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ । ଏହାର ମାଟି, ପାଣି, ପବନ ସ୍ବତନ୍ତ୍ର ପ୍ରଦେଶ ଗଠନର କର୍ଣ୍ଣଧାରଙ୍କ ବଳିଦାନକୁ ବଖାଣିଥାଏ । ଏହି ସ୍ମୃତିରେ ପ୍ରତିବର୍ଷ ଆଜିର ଦିନକୁ ଅର୍ଥାତ ଏପ୍ରିଲ 1 ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରାଯାଏ । ତେବେ ଆଜିର ଦିନକୁ ବିଶ୍ବରେ ରହିଥିବା ସମସ୍ତ ଓଡିଆ ପାଳନ କରିଥାଆନ୍ତି । ଏହି ଦିବସ ଅବସରରେ ଓଡିଶାବାସୀଙ୍କୁ ଛୁଟିଛି ଶୁଭେଚ୍ଛାରେ ସୁଅ । ଉତ୍କଳ ଦିବସ ଅବସରରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଗୃହମନ୍ତ୍ରୀ ଅମିତ ଶାହ, ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଟ୍ବିଟ କରି କହିଛନ୍ତି, "ଓଡିଶା ଦିବସ ଅବସରରେ ଓଡ଼ିଶାବାସୀ ତଥା ଦେଶବିଦେଶରେ ରହୁଥିବା ଓଡ଼ିଆ ଭାଇଭଉଣୀମାନଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ଓଡ଼ିଶା ତା'ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ । ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା ଦେଶର ବିକାଶରେ ବଡ଼ ଅବଦାନ ରହିଛି । ଶତାବ୍ଦୀ ଶତାବ୍ଦୀ ଧରି ଆଧୁନିକ ଭାରତର ନିର୍ମାତାମାନଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ଜନ୍ମ ଦେଇଛି ଓଡ଼ିଶା । ଅଧିକରୁ ଅଧିକ ସଫଳତା ଓ ସମୃଦ୍ଧି ପାଇଁ ରାଜ୍ୟ ଓ ରାଜ୍ୟବାସୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ ଆଶୀର୍ବାଦ କରନ୍ତୁ, ଏହା ମୋର ଆନ୍ତରିକ କାମନା ।"

ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଓଡିଆରେ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, "ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ । ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି । ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି ।"

ଏହା ମଧ୍ୟ ପଢନ୍ତୁ: ଉତ୍କଳ ଦିବସ ପାଳୁଛି ସ୍ୱାଭିମାନୀ ଓଡ଼ିଆ, ଆଜି ଗଠନ ହୋଇଥିଲା ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ - Utkal Divas 2024

ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇ କହିଛନ୍ତି, "ସବୁ କ୍ଷେତ୍ରରେ ଓଡ଼ିଶା ଲେଖୁଛି ଏକ ଗରିମାମୟ ଇତିହାସ । ପ୍ରତିଟି ଓଡ଼ିଆଙ୍କ ପ୍ରତିବଦ୍ଧତାରେ ଓଡ଼ିଶା ହୋଇଛି ସମୃଦ୍ଧ। ରୂପାନ୍ତରଣର ଏ ଯୁଗ ସହ ତାଳ ଦେଇ ବିକଶିତ ଓଡ଼ିଶା ଗଠନ କରିବା ହେଉଛି ଓଡ଼ିଆର ସଙ୍କଳ୍ପ। ଏହି ଓଡ଼ିଶା ଦିବସରେ ଆସନ୍ତୁ ଆମ ଅସ୍ମିତା ଓ ସ୍ୱାଭିମାନକୁ ଆହୁରି ବଳିଷ୍ଠ କରି 'ବିକଶିତ ଓଡ଼ିଶା' ଗଢ଼ିବା ଦିଗରେ ଆଗକୁ ବଢ଼ିବା।"

ଅମିତ ଶାହଙ୍କ ଶୁଭେଚ୍ଛା

ଅନ୍ୟପଟେ ଗୃହମନ୍ତ୍ରୀ ଅମିତ ଶାହ ଟ୍ବିଟ କରି କହିଛନ୍ତି, "ପବିତ୍ର ଉତ୍କଳ ଦିବସ ଅବସରରେ ଓଡ଼ିଶାର ଭଉଣୀ ଓ ଭାଇମାନଙ୍କୁ ଶୁଭେଚ୍ଛା। ଭାରତର ଜୀବନ୍ତ ସଂସ୍କୃତିରେ ଓଡ଼ିଶା ନିଜସ୍ବ ବିବିଧ ଜୀବନଆଦର୍ଶ ଓ ପରମ୍ପରା ଦ୍ୱାରା ଏକ ଅଳଙ୍କାର ଭାବରେ ଦେଶର ଆକର୍ଷଣୀୟ ସ୍ଥଳୀରେ ଖ୍ୟାତି ଅର୍ଜନ କରିଛି। ଆଗାମୀ ଦିନରେ ରାଜ୍ୟ ଅଭିବୃଦ୍ଧି କାହାଣୀର ଉଦାହରଣ ସୃଷ୍ଟି କରୁ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା। ବନ୍ଦେ ଉତ୍କଳ ଜନନୀ ।"

ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା

କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ଭିଡିଓ ବାର୍ତ୍ତା ଜାରି କରି ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, "ପ୍ରତ୍ୟେକ ଓଡ଼ିଆ ଭାଇ ଭଉଣୀମାନଙ୍କୁ ଉତ୍କଳ ଦିବସର ଅଭିନନ୍ଦନ । ଆଜିର ଏହି ପବିତ୍ର ଦିନରେ ଓଡ଼ିଶାର ଅସ୍ମିତା ଓ ସ୍ଵାଭିମାନକୁ ସୁରକ୍ଷିତ ରଖିବା ସହ ଆମ ସଂସ୍କୃତିକୁ ଆଗକୁ ନେବା ପାଇଁ ସଂକଳ୍ପ ନେବା । ବନ୍ଦେ ଉତ୍କଳ ଜନନୀ ।"

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Apr 1, 2024, 10:31 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.