ETV Bharat / bharat

ହସ୍ପିଟାଲରେ ଭର୍ତ୍ତି ହେଲେ ଭାରତ ରତ୍ନ ଲାଲକୃଷ୍ଣ ଆଡଭାନୀ - L K Advani admitted to AIIMS

author img

By ETV Bharat Odisha Team

Published : Jun 27, 2024, 6:28 AM IST

Updated : Jun 27, 2024, 6:50 AM IST

L.K. Advani admitted to AIIMS: ଅସୁସ୍ଥ ବିଜେପିର ଭେଟେରାନ ନେତା ଏଲ.କେ ଆଡଭାନୀ । ହସ୍ପିଟାଲରେ ଭର୍ତ୍ତି ପରେ ସ୍ବାସ୍ଥ୍ୟାବସ୍ଥା ସ୍ଥିର । ଅଧିକ ପଢନ୍ତୁ

LK Advani
LK Advani (ANI)

ନୂଆଦିଲ୍ଲୀ: ହସ୍ପିଟାଲରେ ଭର୍ତ୍ତି ହେଲେ ବିଜେପିର ଭେଟେରାନ ନେତା ଏଲ.କେ ଆଡଭାନୀ । ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ବୁଧବାର ବିଳମ୍ବିତ ରାତ୍ରିରେ ତାଙ୍କୁ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (AIIMS) ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି । ଗତ ମାର୍ଚ୍ଚ ମାସରେ ଲାଲକୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନଜନକ ପୁରସ୍କାର ଭାରତ ରତ୍ନରେ ସମ୍ମାନିତ କରାଯାଇଥିଲା । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ଏହି ପୁରସ୍କାର ପ୍ରଦାନ କରିଥିଲେ ।

ଜୁଲାଇ 7 ତାରିଖରେ ତୃତୀୟ ଥର ଲାଗି ଭାରତର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ପ୍ରଧାନମମନ୍ତ୍ରୀ ନରେନ୍ଦ୍ର ମୋଦି ଏଲ.କେ ଆଡଭାନୀଙ୍କୁ ଭେଟି ଆଶୀର୍ବାଦ ନେଇଥିଲେ । ତାଙ୍କ ବାସଭବନକୁ ଯାଇ ବ୍ୟକ୍ତିଗତ ଭାବେ ମୋଦି ସାକ୍ଷାତ କରିଥିଲେ । ଏଲ.କେ ଆଡଭାନୀଙ୍କ ବୟସ 96 ବର୍ଷ । ବାର୍ଦ୍ଧକ୍ୟ ଯୋଗୁ ଗତ କିଛି ମାସ ହେଲା ସେ ସ୍ବାସ୍ଥ୍ୟାଗତ ସମସ୍ୟାରେ ପୀଡିତ ରହିଛନ୍ତି । ଗତକାଲି ରାତିରେ ସ୍ବାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ପରିବାର ଲୋକେ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ବାବଧାନରେ ରହିଛନ୍ତି । ଡାକ୍ତରଖାନାର ଜେରିଆଟ୍ରିକ୍ ବିଭାଗର ବିଶେଷଜ୍ଞଙ୍କ ଅଧୀନରେ ଚିକିତ୍ସିତ ହେଉଛନ୍ତି। ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ଡାକ୍ତରଖାନା ପକ୍ଷରୁ କୁହାଯାଇଛି ।

ଏହା ମଧ୍ୟ ପଢନ୍ତୁ-ଆଡଭାନୀଙ୍କ ସମେତ ପାଞ୍ଚ ବିଶିଷ୍ଟ ବ୍ୟକ୍ତିଙ୍କୁ ଭାରତରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି - President confers Bharat Ratna

ଲାଲକୃଷ୍ଣ ଆଡଭାନୀ 1927 ମସିହା ନଭେମ୍ବର 8 ତାରିଖରେ ପାକିସ୍ତାନର କରାଚିରେ ଏକ ହିନ୍ଦୁ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । 1947 ଦେଶ ବିଭାଜନ ସମୟରେ ଆଡଭାନୀଙ୍କ ପରିବାର ପାକିସ୍ତାନ ଛାଡି ମୁମ୍ବାଇରେ ରହିଥିଲେ । ଆଡଭାନୀ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ଜରିଆରେ ନିଜର ରାଜନୈତିକ କ୍ୟାରିଅର ଆରମ୍ଭ କରିଥିଲେ । ଦୀର୍ଘ ବର୍ଷ ଧରି ଆରଏସଏସ ସହ ଜଡିତ ଥିଲେ । 1980ରେ ଭାରତୀୟ ଜନତା ପାର୍ଟି ଗଠନ ହୋଇଥିବା ବେଳେ, ଏହାର ପ୍ରତିଷ୍ଠାତା ସଦସ୍ୟ ଥିଲେ ଆଡଭାନୀ । ସେ 3 ଥର (1986ରୁ 1990, 1993ରୁ 1998 ଓ 2004ରୁ 2005) ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ରହିଥିଲେ । ସେ 1998ରୁ 2004 ପର୍ଯ୍ୟନ୍ତ ଏନଡିଏ ମେଣ୍ଟରେ ଗୃହମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ ।ଅଟଳ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ସମୟରେ ସେ 2002ରୁ 2004 ପର୍ଯ୍ୟନ୍ତ ଉପପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ରାମ ମନ୍ଦିର ନିର୍ମାଣରେ ମଧ୍ୟ ତାଙ୍କର ବଳିଷ୍ଠ ଭୂମିକା ଥିଲା । 2015 ମସିହାରେ ତାଙ୍କୁ ଦେଶର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଥିଲା ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jun 27, 2024, 6:50 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.