ETV Bharat / politics

କେନ୍ଦ୍ରର ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ ହେବ କାର୍ଯ୍ୟକାରୀ: ମୁଖ୍ୟମନ୍ତ୍ରୀ - MISSON SHAKTI

author img

By ETV Bharat Odisha Team

Published : Jul 4, 2024, 9:46 PM IST

Misson Shakti To Be Continued: ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ରାଜ୍ୟରେ କାର୍ଯ୍ୟକାରୀ ହେବ । ଏହି ଯୋଜନାରେ ୱାନ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ, ବେଟି ବଚାଓ ବେଟି ପଢାଓ ଆଦି କାର୍ଯ୍ୟକ୍ରମ ସାମିଲ ହେବା ନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

Misson Shakti To Be Continued
Misson Shakti To Be Continued (ETV Bharat Odisha)

ଭୁବନେଶ୍ବର: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ ଓଡିଶାରେ ହେବ କାର୍ଯ୍ୟକାରୀ । ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’ରେ ୱାନ ଷ୍ଟପ ସେଣ୍ଟର, ମହିଳା ହେଲ୍ପ ଲାଇନ, ବେଟି ବଚାଓ ବେଟି ପଢାଓ, ମହିଳା ସଶକ୍ତିକରଣ ପାଇଁ ହବ ନିର୍ମାଣ, ସଖୀ ନିବାସ, ଶକ୍ତି ସଦନ, ଶିଶୁଗୃହ ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଭଳି କାର୍ଯ୍ୟକ୍ରମ ରହିଛି । ଏହି ନିଷ୍ପତ୍ତି ଦ୍ୱାରା ଓଡିଶା ସରକାର ଓ ଭାରତ ସରକାରଙ୍କ ମଧ୍ୟରେ ଉତ୍ତମ ସମନ୍ୱୟ ରହିବ । ବିଭିନ୍ନ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନାର ପୂର୍ଣ୍ଣ ଲାଭ ନେବା ପାଇଁ ନୂତନ ସରକାର ସ୍ଥିର କରିଛନ୍ତି ।

ଏହା ମଧ୍ୟ ପଢନ୍ତୁ .... ଆରମ୍ଭରୁ ଅସ୍ମିତା କାର୍ଡ: ଓଡିଆ ଭାଷାରେ ସରକାରୀ କାମ, ଗଠନ ହେବ ଭାଷା ଆୟୋଗ - Govt works in Odisha language

ସୂଚନାଯୋଗ୍ୟ ଯେ ଆଜି ଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସଭା ଭବନରୁ କାମ ଆରମ୍ଭ କରିଛନ୍ତି । ପୂର୍ବରୁ ରାଜ୍ୟ ଅତିଥି ଭବନରୁ ନିଜର ସମସ୍ତ ସରକାରୀ କାର୍ଯ୍ୟ ତୁଲାଉଥିଲେ । ଲୋକସଭା ଭବନରେ କାର୍ଯ୍ୟାରମ୍ଭ ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ପ୍ରାଥମିକତା ଦିଆଯିବ । ଓଡ଼ିଆ ଅସ୍ମିତାର ପ୍ରତିଷ୍ଠା, ଅଭିବୃଦ୍ଧି, ସରଂକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ । ସାହିତ୍ୟ, ସଙ୍ଗୀତ, ନାଟକ ଓ ଲଳିତ କଳା ଏକାଡେମୀର ପୁନର୍ଗଠନ ଓ କାର୍ଯ୍ୟକ୍ଷମତା ବୃଦ୍ଧି ପାଇଁ ପଦକ୍ଷେପ ନିଆଯିବ । ଓଡ଼ିଶୀ ଗବେଷଣା କେନ୍ଦ୍ରକୁ କ୍ରିୟାଶୀଳ କରାଯିବ । ଓଡ଼ିଆ ଅସ୍ମିତା ଉପରେ ଗୁଣାତ୍ମକ ଗବେଷଣାକୁ ପ୍ରୋତ୍ସାହିତ କରାଯିବ । ଓଡ଼ିଶାରେ ପଠନ ଅଭ୍ୟାସ ବୃଦ୍ଧି ଓ ଲାଇବେରୀ ଆନ୍ଦୋଳନକୁ ବ୍ୟାପକ ଓ ବ୍ୟବସ୍ଥିତ କରାଯିବ ।

ସେହିଭଳି ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁବାଦ ଏକାଡେମୀ ପ୍ରତିଷ୍ଠା ହେବ । ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ପାଇଁ ବ୍ୟବସ୍ଥା ହେବ । ଓଡ଼ିଆ ଭାଷା ଭବନ ଅସ୍ମିତା ଭବନ ନିର୍ମାଣ କରାଯିବ । ଭାଷା କମିଶନ ଗଠିତ ହେବ । ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ହେବ । ସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟବହାରକୁ ବ୍ୟାପକ କରିବାକୁ ଆବଶ୍ୟକ ପଡିଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ । ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ପ୍ରତ୍ୟେକ ଜିଲ୍ଲାରେ ସମକ୍ଷିତ ସଂସ୍କୃତି ଭବନ ନିର୍ମାଣ ସହ ଜିଲ୍ଲାର କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.