ETV Bharat / politics

ମୋହନ ସରକାରର ବଡ଼ ଘୋଷଣା; ପ୍ରତ୍ୟେକ ଦିନ 2ଘଣ୍ଟା ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ - CM MOHAN TO HEAR PUBLIC GRIEVANCES

author img

By ETV Bharat Odisha Team

Published : Jun 21, 2024, 3:31 PM IST

CM Mohan Majhi To Hear Public Grievances: ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତିଦିନ ୨ ଘଣ୍ଟା ପାଇଁ ଅଭିଯୋଗ ଶୁଣିବେ । ଅଧିକ ପଢ଼ନ୍ତୁ

CM Mohan Charan Majhi
CM Mohan Charan Majhi (ETV Bharat Odisha)

ଭୁବନେଶ୍ବର: ନୂଆ ସରକାରଙ୍କ ବଡ଼ ପଦକ୍ଷେପ । ସରକାର ଗଠନ ପରେ ପ୍ରତ୍ୟେକ ଦିନ ନୂଆ ନୂଆ ପଦକ୍ଷେପ ନେଉଛନ୍ତି ମୋହନ ସରକାର । ପ୍ରତ୍ୟେକ ଦିନ ଲୋକଙ୍କ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତିଦିନ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ 2 ଘଣ୍ଟା ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ । ଆଗାମୀ ଦିନରେ ଏହା କାର୍ଯ୍ୟକାରୀ ହେବ ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ । ଆଜିଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ । ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ । ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି । ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି । ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି । ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି ।

ଏହା ମଧ୍ୟ ପଢ଼ନ୍ତୁ...ସୁସ୍ଥ ଓଡ଼ିଶା ଗଠନ କରିବାରେ ଯୋଗ ସହାୟକ ହେବ: ମୁଖ୍ୟମନ୍ତ୍ରୀ - INTERNATIONAL DAY OF YOGA

ସେପଟେ 2024-25 ଆର୍ଥିକ ବର୍ଷ ପାଇଁ ନବ ନିଯୁକ୍ତ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଣିବାକୁ ଯାଉଛନ୍ତି । ଯାହା ମୋହନ ସରକାରଙ୍କ ପ୍ରଥମ ବଜେଟ । ତେବେ ଲୋକଙ୍କ ବଜେଟ ଲୋକଙ୍କ ମତାମତ ଅନୁସାରେ ପ୍ରସ୍ତୁତ ହେବ । ସେଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ପରାମର୍ଶ ଲୋଡ଼ିଛନ୍ତି । ଏଥିପାଇଁ ଅର୍ଥ ବିଭାଗ ଏକ ସ୍ୱତନ୍ତ୍ର ୱେବ ପୋର୍ଟାଲ, e-mail, WhatsApp ଓ SMS ମାଧ୍ୟମରେ ମତାମତ ଦେବାକୁ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.