ETV Bharat / politics

ମୁଁ ନରେନ୍ଦ୍ର ଦାମୋଦରଦାସ ମୋଦି ଇଶ୍ବରଙ୍କ ନାଁରେ... - PM NARENDRA MODI OATH TAKING

author img

By ETV Bharat Odisha Team

Published : Jun 9, 2024, 10:59 PM IST

Updated : Jun 9, 2024, 11:05 PM IST

PM Narendra Modi Oath Taking Ceremony: ଆଜି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ପଦର ଶପଥ ଗ୍ରହଣ କରିଛନ୍ତି ନରେନ୍ଦ୍ର ମୋଦି। ଏହା ସହିତ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ, ୫ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ବ) ଓ 36 ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଅଧିକ ପଢନ୍ତୁ

PM Narendra Modi Oath Taking Ceremony
PM Narendra Modi Oath Taking Ceremony (ETV Bharat)

ନୂଆଦିଲ୍ଲୀ: ଆଜି ଠାରୁ ଦେଶରେ ଆରମ୍ଭ ହୋଇଛି ମୋଦି ୩.୦ ସରକାର । ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଏ କ୍ଷେତ୍ରରେ ସେ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ପରେ ଦ୍ବିତୀୟ ବ୍ୟକ୍ତି ହୋଇଛନ୍ତି । ମୋଦିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଭବନରେ ଭବ୍ୟ ଆୟୋଜନ ସମାରୋହରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଶପଥ ଗ୍ରହଣ ଉତ୍ସବରେ ପାକିସ୍ତାନକୁ ଛାଡି ସମସ୍ତ ପଡୋଶୀ ଦେଶର ରାଷ୍ଟ୍ର ମୁଖ୍ୟ ମାନେ ଉପସ୍ଥିତ ଥିଲେ । ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା, ଭୁଟାନ କିଙ୍ଗ ଜିଗମେ ଖେସର ନାମଗିଲ ୱାଙ୍ଗଚୁକ, ଶ୍ରୀଲଙ୍କା ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେ, ମରିସସ ପ୍ରଧାନମନ୍ତ୍ରୀ ପ୍ରବୀନ୍ଦ ଜୁଗନାଥ, ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କମଳ ପ୍ରଚଣ୍ଡ, ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ଓ ସିସେଲ୍ସର ଉପ ରାଷ୍ଟ୍ରପତି ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ରହିଥିଲେ । ଏଥର ସରକାର ଗଢିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଦଳର ଦୁଇ ମୁଖ୍ୟ ସହଯୋଗୀ ଦଳ ମୁଖ୍ୟ ନୀତିଶ କୁମାର ଓ ଚନ୍ଦ୍ରବାବୁ ନାଇଡୁ ମଧ୍ୟ ଉପସ୍ଥିତ ଥିଲେ ।

ଏହା ମଧ୍ୟ ପଢନ୍ତୁ ... ମୋଦିଙ୍କ ତୃତୀୟ ଇନିଂସ ଆରମ୍ଭ; ଶପଥ ନେଲେ 71 ମନ୍ତ୍ରୀ, ମୋଦିଙ୍କ କ୍ୟାବିନେଟରେ ଧର୍ମେନ୍ଦ୍ର-ଜୁଏଲ-ଅଶ୍ବିନୀ - PM Oath Taking ceremony

ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ଉପରାଷ୍ଟ୍ରପତି ଜଗଡୀପ ଧନଖଡ଼, ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଡି ୱାଇ ଚନ୍ଦ୍ରଚୂଡ଼, ବରିଷ୍ଠ ବିଜେପି ନେତା ମୁରଲୀ ମନୋହର ଯୋଶୀ, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ଫିଲ୍ମଷ୍ଟାର ରଜନୀକାନ୍ତ, ଅକ୍ଷୟ କୁମାର, ଶାହରୁଖ ଖାନ, ଶିଳ୍ପପତି ମୁକେଶ ଅମ୍ବାନୀ, କୁମାର ମଙ୍ଗଳମ ବିର୍ଲା ପ୍ରମୁଖ ଯୋଗ ଦେଇଥିଲେ । ଏହି ଉତ୍ସବରେ ୫୦ ଜଣ କିନ୍ନରଙ୍କ ସମେତ ସେଣ୍ଟ୍ରାଲ୍ ଭିଷ୍ଟା ଶ୍ରମିକ, ସଫେଇ କର୍ମଚାରୀ, ବନ୍ଦେ ଭାରତ ଟ୍ରେନ କର୍ମଚାରୀମାନେ ମଧ୍ୟ ଯୋଗ ଦେଇଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ, ୫ ଜଣ ରାଷ୍ଟ୍ର ମନ୍ତ୍ରୀ (ସ୍ବାଧୀନ ଦାୟିତ୍ବ) ଓ 36 ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଓଡିଶାରୁ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ମୋଦୀଙ୍କ କ୍ୟାବିନେଟରେ ସ୍ଥାନ ପାଇଛନ୍ତି । ବିଜେପି ନିଜ ପାଖରେ ୬୦ ଟି ମନ୍ତ୍ରୀ ପଦ ରଖି ଥିବା ବେଳେ ମେଣ୍ଟ ସହଯୋଗୀଙ୍କୁ ମାତ୍ର ୧୧ ଟି ଆସନ ଦେଇଛି । ମୋଦୀଙ୍କ ତୃତୀୟ ପାଳିରେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ରାଜନାଥ ସିଂହ, ଅମିତ ଶାହ, ନିତିନ ଗଡ଼କରୀ, ଜେ ପି ନଡ୍ଡା, ଶିବରାଜ ସିଂହ ଚୌହାନ, ନିର୍ମଳା ସୀତାରମଣ, ଡ. ଏସ ଜୟଶଙ୍କର, ମନୋହର ଲାଲ ଖଟ୍ଟର, ଏଚ୍‌ଡି କୁମାର ସ୍ବାମୀ, ପୀୟୂଷ ଗୋୟଲ, ଜୀତନ ରାମ ମାଂଝୀ , ଲଲନ ସିଂହ, ସର୍ବାନନ୍ଦ ସୋନୱାଲ, ଧୀରେନ୍ଦ୍ର କୁମାର, କେ ରାମ ମୋହନ ନାଇଡୁ, ପ୍ରହ୍ଲାଦ ଯୋଶୀ, ଜୁଏଲ୍‌ ଓରାମ, ଅଶ୍ବିନୀ ବୈଷ୍ଣବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଚିରାଗ ପାଶୱାନ ପ୍ରମୁଖ ଶପଥ ଗ୍ରହଣ କରିଛନ୍ତି।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Jun 9, 2024, 11:05 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.